ଶୋପିଆନ୍ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ | ବୁଧବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲ୍ଲାର ଶିର୍ମାଲ ଅଞ୍ଚଳରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ଜମ୍ମୁ-କଶ୍ମୀରରେ ଚାଲିଥିବା ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଡକାଯାଇଥିବା ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକର ଗୋଟିଏ ଦିନ ପୂର୍ବରୁ ଏହା ଘଟିଛି।

ଘଟଣାସ୍ଥଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଶୋପିଆନ୍ ଜିଲ୍ଲାର ଶିର୍ମାଲ ଅଞ୍ଚଳରେ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଲୁଚି ରହିଥିବା ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ | ଏହାର ଜବାବ ଦେବାକୁ ଯାଇ ସୁରକ୍ଷାକର୍ମୀ ପାଲଟା ଗୁଳିବର୍ଷ ଆରମ୍ଭ କରିଥିଲେ | ଶେଷରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା | ଏବେ ନିହତ ଆତଙ୍କବାଦୀଙ୍କ ପରିଚୟ ଏବଂ ସେ କେଉଁ ଗୋଷ୍ଠୀ ସହ ସାମିଲ ଥିଲା, ତାହା ଯାଞ୍ଚ କରାଯାଉଛି | ଏବେ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଥିବା କହିଛି ପୁଲିସ |

ସମ୍ବନ୍ଧିତ ଖବର