ସୁନ୍ଦରଗଡ଼ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ମୋଦୀ ସୁନ୍ଦରଗଡ଼ର ରୁପିଢ଼ିହି ଛତାବର ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗ ଦେଇଛନ୍ତି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ହେଲି କେପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁନ୍ଦରଗଡ଼ରେ ପହଞ୍ଚିଛନ୍ତି। ଏଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି।

Advertisment

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ର ବିଜେପି ଲୋକସଭା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ,  ସୁନ୍ଦରଗଡ଼ର ବିଜେପି ବିଧାନସଭା ପ୍ରାର୍ଥୀ  କୁସୁମ ଟେଟେ , ବରଗଡ଼ର ବିଜେପି ଲୋକସଭା ପ୍ରାର୍ଥୀ ସୁରେଶ ପୂଜାରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ପ୍ରମୁଖଙ୍କ ସମେତ ବହୁ ନେତା ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଓଡ଼ିଶା ଗସ୍ତ ପୂର୍ବରୁ ଟୁଇଟ୍‌ କରି ଲେଖିଛନ୍ତି ‘ଓଡ଼ିଶାର ନିର୍ବାଚନ ଫଳାଫଳ ସାରା ଦେଶକୁ ଆଚମ୍ବିତ କରିବ; ବିଜେପି ରେକର୍ଡ ସଂଖ୍ୟକ ଆସନ ସହ ବିଜୟ ଲାଭ କରିବ, ଲୋକେ ଉଭୟ ବିଜେଡି ଓ କଂଗ୍ରେସକୁ ପ୍ରତ୍ୟାଖ୍ୟାନ କରିବେ।