ଖଡଗେଙ୍କୁ ଫୋନ କରି ସ୍ବାସ୍ଥ୍ୟାବସ୍ଥା ବୁଝିଲେ ମୋଦୀ

Advertisment

ଜମ୍ମୁ ଓ କଶ୍ମୀରରେ ଏକ ନିର୍ବାଚନୀ ରାଲିବେଳେ ଅସୁସ୍ଥ ହୋଇପଡ଼ିଥିବା କଂଗ୍ରେସ  ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଫୋନ କରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଜମ୍ମୁ ଓ କଶ୍ମୀରରେ ଏକ ନିର୍ବାଚନୀ ରାଲିବେଳେ ଅସୁସ୍ଥ ହୋଇପଡ଼ିଥିବା କଂଗ୍ରେସ  ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଫୋନ କରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

khadge

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରରେ ଏକ ନିର୍ବାଚନୀ ରାଲିବେଳେ ଅସୁସ୍ଥ ହୋଇପଡ଼ିଥିବା କଂଗ୍ରେସ  ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଫୋନ କରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେବେ ରୋଚକ କଥା ହେଉଛି ସେହି ରାଲିରେ ଖଡଗେ କହିଥିଲେ ଯେ ମୋଦୀଙ୍କୁ କ୍ଷମତାରୁ ନ ହଟାଇବା ପର୍ଯ୍ୟନ୍ତ ସେ ମରିବେ ନାହିଁ । ଏବେ ମୋଦୀଙ୍କ ଫୋନ ଆସିବାକୁ ନେଇ ସବୁଆଡେ ଚର୍ଚ୍ଚା ଚାଲିଛି ।

ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାର ଜସ୍ରୋତା ଅଞ୍ଚଳରେ ଏକ ରାଲିକୁ ସମ୍ବୋଧିତ କରିବା ବେଳେ ଖଡ଼ଗେ ଅସୁସ୍ଥ ହୋଇପଡ଼ିଥିଲେ। ଡାକ୍ତରୀ ସହାୟତା ପାଇ ସୁସ୍ଥ ହେବା ପରେ ଉକ୍ତ ରାଲିକୁ ସମ୍ବୋଧିତ କରି ଖଡଗେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କ୍ଷମତାରୁ ହଟାଇବା ପୂର୍ବରୁ ସେ ମରିବେ ନାହିଁ। ଚିକିତ୍ସା ପରେ ଖଡଗେଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି କଂଗ୍ରେସ ନେତାମାନେ କହିଛନ୍ତି। 

ଶେଷ ପର୍ଯ୍ୟାୟ ଭୋଟଗ୍ରହଣ ପାଇଁ ପ୍ରଚାର ଶେଷ
ଅନ୍ୟପକ୍ଷରେ ଜମ୍ମୁ ଓ କଶ୍ମୀରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ପ୍ରଚାର ଶେଷ ହୋଇଛି । ଆସନ୍ତା ଅକ୍ଟୋବର ୧ରେ ଅନ୍ତିମ ପର୍ଯ୍ୟାୟ ଭୋଟଗ୍ରହଣ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe