ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ମୃତକଙ୍କ ପ୍ରତି ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଘଟିଥିବା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠିରୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୬୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି।

ପଶ୍ଚିମବଙ୍ଗରେ ଘଟିଥିବା ରେଳ ଦୁର୍ଘଟଣା ଦୁଃଖଦାୟକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି।

ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି। ଅଧିକାରୀଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ଷତିଗ୍ରସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ମଧ୍ୟ ଘଟଣାସ୍ଥଳକୁ ଯାଉଛନ୍ତି।

ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଘୋଷଣା କରିଥିବା ୧୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସହ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ଆହତଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର