ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲିଠାରୁ ରୁଷ୍‌ ଗସ୍ତରେ ଯିବେ। କାଜାନ୍‌ରେ ଆୟୋଜିତ ଷୋଡ଼ଶ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବାପାଇଁ  ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ କ୍ରମେ ମୋଦୀ ରୁଷ୍‌ ଯିବେ।  ବିଦେଶ ବ୍ୟାପାର ମନ୍ତ୍ରାଳୟ ଅନୁଯାୟୀ  ରୁଷ୍‌ର ଅଧ୍ୟକ୍ଷତାରେ ଏହି ବୈଠକ ହେଉଛି। ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ କ୍ରମେ ମୋଦୀ ରୁଷ୍‌ ଗସ୍ତ କରୁଛନ୍ତି।  ଏହି ଅବସରରେ ସେ ଅନ୍ୟ ବ୍ରିକ୍ସ ନେତା ଏବଂ ଆମନ୍ତ୍ରିତ ଅଧିକାରୀଙ୍କ ସହ କଥା ହେବେ ବୋଲି ଜଣାପଡ଼ିଛି।  ‌ଆସନ୍ତାକାଲି ମୋଦୀଙ୍କୁ ରୁଷ୍‌ରେ ଭବ୍ୟ ସ୍ବାଗତ କରାଯିବ ଏବଂ ରାତ୍ରିରେ ସେ ବ୍ରିକ୍ସ ନେତାମାନଙ୍କ ସହ ଆୟୋଜିତ ନୈଶ ଭୋଜିରେ ଯୋଗ ଦେବେ।  

Advertisment

ଚୀନ୍‌ ରାଷ୍ଟ୍ରପତିଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା ହୋଇପାରେ

ଅକ୍ଟୋବର ୨୩ ତାରିଖରେ ମୁଖ୍ୟ କାର୍ଯ୍ୟକ୍ରମ ରହିଛି।  ଚଳିତ ବର୍ଷ ବ୍ରିକ୍ସ ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ରହିଛି , ‘ ଷ୍ଟ୍ରେନ୍‌ଦେନିଙ୍ଗ ମଲ୍ଟିଲାଟେରାଲିଜିମ ଫର୍‌ ଜଷ୍ଟ ଗ୍ଲୋବାଲ ଡେଭେଲପମେଣ୍ଟ୍‌ ଆଣ୍ଡ ସିକ୍ୟୁରିଟି’ ଅର୍ଥାତ୍‌ ବିଶ୍ବର ବିକାଶ ଏବଂ ସୁରକ୍ଷା ପାଇଁ ବହୁପକ୍ଷବାଦକୁ ସୁଦୃଢ଼ କରିବା। ଏହାଦ୍ବାରା ବିଶ୍ବ ନେତାମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବୈଶ୍ବିକ ପ୍ରସଙ୍ଗ ଉପରେ ଏହି ଗୁରୁତ୍ବପୂର୍ଣ୍ଣ ମଞ୍ଚରେ ଆଲୋଚନା କରିପାରିବେ।  ତେବେ ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ୍‌ଙ୍କ ସହ ଦ୍ବିପାକ୍ଷିକ କଥାବାର୍ତ୍ତା କରିବାର ସମ୍ଭାବନା ରହିଛି।