ଟାଇମ୍‌ ସର୍ବାଧିକ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ମୋଦୀ, ମମତା, ପୁନାୱାଲା

Advertisment
ଟାଇମ୍‌ ସର୍ବାଧିକ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ମୋଦୀ, ମମତା, ପୁନାୱାଲା

The Indian Express

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ମୁଖ୍ୟ ଆଦର ପୁନାୱାଲା ଟାଇମ ମାଗାଜିନ୍‌ର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି। ବୁଧବାର ଟାଇମ ମାଗାଜିନ୍‌ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି। ବିଶ୍ବ ନେତାମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଉପରାଷ୍ଟ୍ରପତି କମଳା ହାରିସ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ, ଇଟାଲି ପ୍ରଧାନମନ୍ତ୍ରୀ ମାରିଓ ଦ୍ରାଘି, ଇସ୍ରାଏଲର ନଫତାଲି ବେନେଟ୍‌, ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି ପ୍ରମୁଖ ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ରହିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ତାଲିବାନ ସରକାରର ଉପପ୍ରଧାନମନ୍ତ୍ରୀ ଅବଦୁଲ ଘନି ବରାଦର ମଧ୍ୟ ଟାଇମ ମାଗାଜିନର ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe