ଜନ୍ମଦିନ‌ରେ ଆଡଭାନୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ମୋଦୀ

ଜନ୍ମଦିନ‌ରେ ଆଡଭାନୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଏଲ୍‌କେ ଆଡଭାନୀ ଆଜି ୯୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଡଭାନୀଙ୍କ ଜନ୍ମଦିନ ଅବସରରେ ଆଜି ତାଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଏବଂ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି।

ଆଡଭାନୀଙ୍କୁ ଭେଟିବାପରେ ରାଜନାଥ ସିଂହ ଏକ ଟ୍ବିଟ୍‌ କରି କହିଛନ୍ତି, ‘ସମ୍ମାନନୀୟ ଆଡଭାନୀଜୀଙ୍କୁ ତାଙ୍କ ବାସଭବନରେ ଭେଟିଲି ଏବଂ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲି। ମୁଁ ଆଡଭାନୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe