ରବିବାର ଶପଥ ନେବେ ମୋଦୀ, ଜାଣନ୍ତୁ ଟିଡିପି,ଜେଡିୟୁକୁ ମିଳିବ କେତୋଟି ମନ୍ତ୍ରୀପଦ ?

Advertisment
ସବୁଠୁ କମ୍‌ ବିଜୟ ବ୍ୟବଧାନରେ ଜିତିଲେ ‌ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ପରେ କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବାକୁ ଯାଉଛି। ରବିବାର (ଜୁନ୍ ୦୯) ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ, ଯାହାର ପ୍ରସ୍ତୁତି ରାଷ୍ଟ୍ରପତି ଭବନରେ ଜୋରସୋରରେ ଚାଲିଛି। ଆସନ୍ତାକାଲି ସନ୍ଧ୍ୟା ୭ଟା ୧୫ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏସବୁ ଭିତରେ ମୋଦୀ ୩.୦ କ୍ୟାବିନେଟକୁ ନେଇ ବଡ ଖବର ସାମ୍ନାକୁ ଆସିଛି ।

ମିଳିଥିବା ସୂଚନା ଅନୁଯାୟୀ, ରବିବାର ମୋଦୀଙ୍କ ସହ ପ୍ରାୟ ୫୨ରୁ ୫୫ ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି। ଏଥିରେ ୧୯ରୁ ୨୨ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୩୩ରୁ ୩୫ ଜଣ ରାଷ୍ଟ୍ରମନ୍ତ୍ରୀ ରହିପାରନ୍ତି। ମିଳିଥିବା ସୂଚନା ଅନୁଯାୟୀ ଟିଡିପି, ଜେଡିୟୁ, ଏଲଜେପି, ଆରଏଲଡି, ଜନସେନା, ଜେଡିଏସ ଓ ଅପନା ଦଳ ଏନଡିଏର ସହଯୋଗୀ ଭାବେ ସରକାରରେ ସାମିଲ ହୋଇପାରନ୍ତି ।

ଯଦି ସୂତ୍ରକୁ ବିଶ୍ୱାସ କରାଯାଏ ତେବେ ଟିଡିପିକୁ ଗୋଟିଏ କ୍ୟାବିନେଟ, ଦୁଇଟି ରାଷ୍ଟ୍ରମନ୍ତ୍ରୀ, ଜେଡିୟୁକୁ ଗୋଟିଏ କ୍ୟାବିନେଟ, ଶିବସେନା, ଏଲଜେପି, ଆରଏଲଡି ଏବଂ ଏନସିପିକୁ ଗୋଟିଏ ମନ୍ତ୍ରୀ ପଦ ଦେଇ ସରକାରରେ ସାମିଲ କରାଯାଇପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe