ନୂଆଦିଲ୍ଲୀ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଚୀନ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ସେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିବାର ସମ୍ଭାବନା ରହିଛି । ଏହା ପୂର୍ବରୁ ମୋଦୀ ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନର ସାମ୍ପ୍ରତିକ ସ୍ଥିତି ବିଶେଷକରି ରୁଷ ସହ ଚାଲିଥିବା ଯୁଦ୍ଧ ପ୍ରସଙ୍ଗରେ କହିଥିଲେ । କୂଟନୈତିକ ସ୍ତରରେ ଏହି ଟେଲିଫୋନ ଆଲୋଚନାକୁ ଗୁରୁତ୍ବ ଦିଆଯାଉଛି ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇବା ସହ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ତଥା ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିବା ଲାଗି ଭାରତର ଦୃଢ଼ ଏବଂ ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇବା ସହ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ତଥା ଯଥାଶୀଘ୍ର ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ପ୍ରୟାସକୁ ସମର୍ଥନ କରିବା ଲାଗି ଭାରତର ଦୃଢ଼ ଏବଂ ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ। ଏହି ପରିପ୍ରେକ୍ଷୀରେ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ଲାଗି ଭାରତର ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ଦୁଇ ନେତା ଭାରତ-ୟୁକ୍ରେନ୍ ଦ୍ୱିପାକ୍ଷିକ ଭାଗିଦାରୀର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସହ ଜଡ଼ିତ ସମସ୍ତ କ୍ଷେତ୍ରରେ ସହଯୋଗକୁ ଆହୁରି ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଥିଲେ। ଉଭୟ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।
Follow Us