ବାଇଡେନ୍‌ଙ୍କ ସହ କଥାହେଲେ ମୋଦୀ, ଆଞ୍ଚଳିକ ଓ ଦ୍ବିପାକ୍ଷିକ ପ୍ରସଙ୍ଗରେ ଆଲୋଚନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍‌ କରି ଏ ବାବଦରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ବାଇଡେନ୍‌ଙ୍କ ସହ କଥାବାର୍ତ୍ତା କରିଛନ୍ତି ଏବଂ ତାଙ୍କୁ ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି। କେତେକ ଆଞ୍ଚଳିକ ପ୍ରସଙ୍ଗ ଏବଂ ଭାରତ-ଆମେରିକା ଦ୍ବିପାକ୍ଷିକ  ସଂପର୍କ ଉପରେ ଆଲୋଚନା ହୋଇଥିଲା। ଜଳବାୟୁ ପରିବର୍ତ୍ତନ ବିରୋଧରେ ଉଭୟ ଦେଶ ପରସ୍ପରିକ ସହଯୋଗ ଆଗକୁ ବଢ଼ାଇବାକୁ ମଧ୍ୟ ସହମତି ପ୍ରକାଶ ପାଇଥିଲା ବୋଲି ପ୍ରଧାନମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି।  ରାଷ୍ଟ୍ରପତି ଜୋ ବାଇଡେନ୍‌ ଏକ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥା ପାଇଁ ପ୍ରତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଜୋ ବାଇଡେନ ୨୦ ଜାନୁଆରିରେ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ। ଏହାପରେ ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କର ପ୍ରଥମ କଥାବର୍ତ୍ତା ହୋଇଛି।

ସମ୍ବନ୍ଧିତ ଖବର