ମଙ୍କିପକ୍ସ ଭୟ: ସମସ୍ତ ଆନ୍ତର୍ଜାତୀୟ ଯାତ୍ରୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବାକୁ ନିର୍ଦ୍ଦେଶ

ମଙ୍କିପକ୍ସ ମୁକାବିଲା ପାଇଁ ଜାରି ହେଲା ଏସ୍‌ଓପି

Outlook India

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୋମବାର ଦିନ ବିମାନବନ୍ଦର ଏବଂ ବନ୍ଦର ମାଧ୍ୟମରେ ଭାରତରେ ପହଞ୍ଚୁଥିବା ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ଏହି ବୈଠକରେ ବିମାନବନ୍ଦର ଓ ବନ୍ଦର ସ୍ୱାସ୍ଥ୍ୟ ଅଧିକାରୀ (ଏପିଏଚ୍ଓ / ପିଏଚ୍ଓ) ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକମାନେ ଯୋଗ ଦେଇଥିଲେ। ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀଙ୍କର କଠୋର ସ୍ୱାସ୍ଥ୍ୟ ପରୀକ୍ଷଣକୁ ନିଶ୍ଚିତ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଥିଲା, ଯା’ଦ୍ବାରା ଦେଶରେ ମଙ୍କିପକ୍ସ ସଂକ୍ରମଣର ସମ୍ଭାବନାକୁ କମ୍ କରାଯାଇପାରିବ।

ମନ୍ତ୍ରଣାଳୟର ମଙ୍କିପକ୍ସ ପରିଚାଳନା ପାଇଁ ନିର୍ଦ୍ଦେଶାବଳୀ ଅନୁଯାୟୀ ସେମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏହା ସହିତ ଅନ୍ୟାନ୍ୟ ଅଂଶୀଦାର ଯଥା ଅନ୍ତର୍ଜାତିକ ବନ୍ଦର ଓ ବିମାନବନ୍ଦରର ଆପ୍ରବାସନରେ ସମନ୍ବୟ ସ୍ଥାପନ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି, ଯା’ଦ୍ବାରା ସ୍ବାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟାକୁ ଶୃଙ୍ଖଳିତ କରାଯାଇପାରିବ। ଏହା ସହିତ ପ୍ରତି ବନ୍ଦରର ପ୍ରବେଶ ମାର୍ଗରେ ହସ୍ପିଟାଲ୍ ସହିତ ଏକ ଉପଯୁକ୍ତ ଲିଙ୍କେଜ ବ୍ୟବସ୍ଥା ସ୍ଥାପନ କରାଯାଇଛି ଯା’ଦ୍ବାରା ଠିକ୍ ସମୟରେ ରେଫରାଲ୍ ଓ ଆଇସୋଲେସନ ବ୍ୟବସ୍ଥା କରାଯାଇପାରିବ। ଏହି ବୈଠକରେ ଅନ୍ତର୍ଜାତୀୟ ସ୍ୱାସ୍ଥ୍ୟ ବିଭାଗ ଏବଂ ବିପର୍ଯ୍ୟୟ ପରିଚାଳନା ସେଲ୍‌ର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe