ସେପ୍ଟେମ୍ବର ୨୮କୁ ଘୁଞ୍ଚିଲା ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲାର ଶୁଣାଣି

ନୂଆଦିଲ୍ଲୀ : ବହୁ ପ୍ରତୀକ୍ଷିତ ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇପାରିନାହିଁ। ମାମଲାରେ ରାଜ୍ୟ ସରକାରଙ୍କ ଦ୍ୱାରା ନିୟୋଜିତ ବରିଷ୍ଠ ଓକିଲ ଗୋପାଳ ସୁବ୍ରମଣ୍ୟମଙ୍କ ଅନୁପସ୍ଥିତି ଯୋଗୁଁ ଆଜି ମାମଲାର ଶୁଣାଣି ସେପ୍ଟେମ୍ବର ୨୮ ତାରିଖକୁ ଘୁଞ୍ଚିଛି। ଉଲ୍ଲେଖଯୋଗ୍ୟ, ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିସନ୍‌ ଦାଖଲ କରିଛନ୍ତି। ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତକୁ ଟପିବନି ବୋଲି ହାଇକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ତାକୁ ରଦ୍ଦ କରିବାପାଇଁ ରାଜ୍ୟ ସରକାର ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧିତ ଖବର