ରବିବାର ହେବାକୁ ଥିବା ନିଟ୍-ପିଜି ପ୍ରବେଶିକା ପରୀକ୍ଷା ସ୍ଥଗିତ, ଖୁବଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ: ଜୁନ୍ ୨୩ (ରବିବାର) ହେବାକୁ ଥିବା ନିଟ୍-ପିଜି ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏବେ ଏହି ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରାଯିବ। ଏହା ପୂର୍ବରୁ ୟୁଜିସି ନେଟ୍ ଓ ସିଏସଆଇଆର ନେଟ୍ ପରୀକ୍ଷାକୁ ବି ସ୍ଥଗିତ ରଖାଯାଇଥିଲା ।

ସୂଚନା ଅନୁସାରେ, ଦେଶରେ ବର୍ତ୍ତମାନ ଚାଲିଥିବା ପରୀକ୍ଷା ବିବାଦକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଜାତୀୟ ପରୀକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ନିଟ୍-ପିଜି ପ୍ରବେଶିକା ପରୀକ୍ଷା ର ପ୍ରକ୍ରିୟାକୁ ଭଲ ଭାବରେ ମୂଲ୍ୟାଙ୍କନ କରିବାକୁ ନିଷ୍ପତ୍ତି ନେଇଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜୁନ୍ ୨୩, ୨୦୨୪ରେ ହେବାକୁ ଥିବା ନିଟ୍-ପିଜି ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

 

ଛାତ୍ରଛାତ୍ରୀଙ୍କ ଅସୁବିଧାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଗଭୀର ଦୁଃଖ ପ୍ରକାଶ କରିବା ସହ ଛାତ୍ରଛାତ୍ରୀଙ୍କ ହିତ ଏବଂ ପରୀକ୍ଷା ପ୍ରକ୍ରିୟାର ପବିତ୍ରତା ବଜାୟ ରଖିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ନିଟ୍-ପିଜି ପରୀକ୍ଷାକୁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଅଧିନସ୍ଥ ଜାତୀୟ ପରୀକ୍ଷା ବୋର୍ଡ ପକ୍ଷରୁ ପରିଚାଳନା କରାଯାଏ ।

ସମ୍ବନ୍ଧିତ ଖବର