ଏତେ କୋଟିର ମାଲିକ ଥିଲେ ରତନ ଟାଟା

Advertisment

ଭାରତୀୟ ଶିଳ୍ପ ଜଗତର ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବଦାନ୍ୟ ଶିଳ୍ପପତି ରତନ ଟାଟା। ତାଙ୍କ ଦେହାନ୍ତ ପରେ ଏବେ ତାଙ୍କ ମୋଟ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ଭାରତୀୟ ଶିଳ୍ପ ଜଗତର ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବଦାନ୍ୟ ଶିଳ୍ପପତି ରତନ ଟାଟା। ତାଙ୍କ ଦେହାନ୍ତ ପରେ ଏବେ ତାଙ୍କ ମୋଟ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ratan tat

ମୁମ୍ବାଇ: ଭାରତୀୟ ଶିଳ୍ପ ଜଗତର ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବଦାନ୍ୟ ଶିଳ୍ପପତି ରତନ ଟାଟା। ବୟସାଧିକ୍ୟ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗି ମଙ୍ଗଳବାର ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ବୁଧବାର ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିବାରୁ ତାଙ୍କୁ ଇଣ୍ଟେନ୍‌ସିଭ୍ କେୟାର ୟୁନିଟ୍‌ରେ ରଖାଯାଇଥିଲା। ଶତ ଚେଷ୍ଟା ସତ୍ତ୍ବେ ଟାଟାଙ୍କୁ ଡାକ୍ତରମାନେ ବଞ୍ଚାଇ ପାରିନଥିଲେ। ଏଥି ସହିତ ଭାରତ ଏହାର ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଲା ।

ରତନ ଟାଟା ଏକାଧାରରେ ଥିଲେ ଜଣେ ଶିଳ୍ପପତି ଓ ବଦାନ୍ୟ ବ୍ୟକ୍ତି। ବ୍ୟବସାୟ ସହ ସମାଜର କିଭଳି ଦାୟିତ୍ବ ନିଆଯାଏ ତାହା ସେ ଶିଳ୍ପ ଜଗତକୁ ଶିଖାଇଥିଲେ। ପ୍ରକଳ୍ପର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନତି ପ୍ରତି ସେ ଗୁରୁତ୍ବାରୋପ କରୁଥିଲେ। ଭାରତୀୟ ଉଦ୍ୟୋଗକୁ ବିଶ୍ବ ମଞ୍ଚରେ ପ୍ରତିଷ୍ଠିତ ଓ ଉପସ୍ଥାପିତ କରିବାରେ ଟାଟାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ସ୍ବୀକାର୍ଯ୍ୟ। ତାଙ୍କ ଅମଳରେ ଟାଟା ମୋଟର୍ସ ବିଶ୍ବ ପ୍ରସିଦ୍ଧ ଅଟୋମୋବାଇଲ୍ କମ୍ପାନି ‘ଜାଗୁଆର୍’ ଓ ‘ଲ୍ୟାଣ୍ଡରୋଭର୍‌’କୁ ଏବଂ ‘କୋରସ୍‌’କୁ ଟାଟା ଷ୍ଟିଲ୍‌ ଅଧିଗ୍ରହଣ କରିଥିଲା। ଭାରତର ସାଧାରଣ ଜନତାଙ୍କ କାର୍‌ ସ୍ବପ୍ନ ପୂରଣ କରିବା ଲାଗି ଲକ୍ଷେ ଟଙ୍କିଆ କାର୍‌ ‘ନାନୋ’ ଆଣିଥିଲେ। ଯେଉଁ ସମୟରେ ପାଶ୍ଚାତ୍ୟ ଅଟୋମୋବାଇଲ୍‌ ବ୍ରାଣ୍ଡ୍‌ଗୁଡ଼ିକର ଭାରତରେ ଆଧିପତ୍ୟ ରହିଥିଲା ସେହି ସମୟରେ ‘ଇଣ୍ଡିକା’ କାର୍‌ ଆଣି ସେ ସେମାନଙ୍କ ଗଡ଼ରେ ପ୍ରବେଶ କରିବା ସହ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ। ଶିଳ୍ପ କ୍ଷେତ୍ର ଭଳି ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାର ତାଙ୍କୁ ୨୦୦୦ରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନ ପ୍ରଦାନ କରିଥିଲେ। କେବଳ ଭାରତ ନୁହେଁ ବିଶ୍ବବ୍ୟାପୀ ସେ ଥିଲେ ଜଣେ ପରିଚିତ ଶିଳ୍ପପତି।। 

ଏତେ ବର୍ଷର କ୍ୟାରିୟର ଭିତରେ ସେ କେତେ କୋଟିର ମାଲିକ ହୋଇପାରିଥିଲେ ଆପଣ ଜାଣନ୍ତି କି? ଯଦି ଆମେ ତାଙ୍କ ମୋଟ ସମ୍ପତ୍ତିକୁ ଦେଖିବା ତେବେ ସେ ମୋଟ ୩,୮୦୦କୋଟିର ମାଲିକ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe