ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶାର ହାଇକୋର୍ଟ ବେଞ୍ଚ୍ ସ୍ଥାପନ ସମ୍ବନ୍ଧିତ କୌଣସି ପ୍ରସ୍ତାବ ବିଚାରାଧୀନ ନାହିଁ। ଆଜି ଲୋକସଭାରେ ବିଜେପି ସାଂସଦ ବସନ୍ତ କୁମାର ପଣ୍ଡାଙ୍କର ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ। ରାଜ୍ୟ ସରକାରଙ୍କ ପକ୍ଷରୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା ବୋଲି କେନ୍ଦ୍ର ମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ଲିଟିଗାଣ୍ଟ୍ସମାନଙ୍କୁ ହେଉଥିବା ଅସୁବିଧାକୁ ଦୂର କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ହାଇକୋର୍ଟର ବେଞ୍ଚ୍ ପ୍ରତିଷ୍ଠା ପାଇଁ ଅନୁରୋଧ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ଦ୍ବାରା ଓଡ଼ିଶାର ହାଇକୋର୍ଟକୁ ନିଜର ବିଚାର ପ୍ରଦାନ କରିବା ପାଇଁ ଅନୁରୋଧ କରାଯାଇଛି। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ହାଇକୋର୍ଟର ବେଞ୍ଚ ସ୍ଥାପନ ସମ୍ବନ୍ଧିତ କୌଣସି ପୂର୍ଣ୍ଣାଙ୍ଗ ପ୍ରସ୍ତାବ ବିଚାରାଧୀନ ନଥିବା କେନ୍ଦ୍ର ମନ୍ତ୍ରୀ ତାଙ୍କ ଜବାବରେ ସ୍ପଷ୍ଟ କରିଛନ୍ତି।
କେନ୍ଦ୍ର ନିକଟରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନେଇ କୌଣସି ପୂର୍ଣ୍ଣାଙ୍ଗ ପ୍ରସ୍ତାବ ବିଚାରାଧୀନ ନାହିଁ
/sambad/media/post_attachments/wp-content/uploads/2020/03/ravi-shankar-prasad_650x400_61448980499.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)