ମହାନଦୀ କୋଲଫିଲଡ୍‌ ଲିମିଟେଡ଼ର ନୂତନ ରେକର୍ଡ; ଦିନକରେ ଯୋଗାଇଲା ୫.୪୭ ଲକ୍ଷ ଟନ୍ କୋଇଲା

ନୂଆଦିଲ୍ଲୀ: ଅଗ୍ରଣୀ କୋଇଲା ଉତ୍ପାଦନକାରୀ ମହାନଦୀ କୋଲଫିଲଡ୍‌ ଲିମିଟେଡ(ଏମସିଏଲ) ଗତକାଲି (ରବିବାର)ଦିନ ୫.୪୭ ଲକ୍ଷ ଟନ୍ କୋଇଲା ଉପଭୋକ୍ତାଙ୍କୁ ଯୋଗାଇଛି । ଗୋଟିଏ ପକ୍ଷ ମଧ୍ୟରେ ଏହା ନିଜସ୍ୱ ରେକର୍ଡ ୫.୪୫ ଲକ୍ଷ ଟନକୁ ଟପି ପାରିଛି ।

କମ୍ପାନି ସର୍ବକାଳୀନ ଅଧିକ ୧୦୩ ରେକ କୋଇଲା ଯୋଗାଇଛି । ଏଥିରୁ ୬୫ରେକ ତାଳଚେର କୋଲଫିଲଡ୍‌ରୁ ଆସିଥିବାବେଳେ ୩୮ରେକ୍ ଇବ୍ ଉପତ୍ୟକା କୋଲଫିଲଡ୍‌ରୁ ଉତ୍ତୋଳିତ ହୋଇଛି ।

କେବଳ ଅକ୍ଟୋବର ମାସରେ ଦିନକୁ ୫. ୧୭ଲକ୍ଷ ଟନ୍ କୋଇଲା ଯୋଗାଣ କରିବା ସହ ଏମସିଏଲ ଖଣି ଶ୍ରମିକ ଓ ଅଧିକାରୀଙ୍କ ନିରବଚ୍ଛିନ୍ନ ଉଦ୍ୟମକୁ ଏହାର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପି.କେ ସିହ୍ନା ଅଭିନନ୍ଦନ ଜଣାଇଛନ୍ତି।
ଏମସିଏଲର ପର୍ଯ୍ୟାପ୍ତ କୋଇଲା ମହଜୁଦ ଥିବା ଦର୍ଶାଇ ଶ୍ରୀ ସିହ୍ନା କହିଛନ୍ତି ଯେ ଅକ୍ଟୋବର ମାସରେ କୋଇଲା ଉତ୍ପାଦନ, ଯୋଗାଣ ଓ ଓଭର ବର୍ଡନ (ଓବି) ଉତ୍ତୋଳନରେ ଯଥାକ୍ରମେ ୨୬.୫%, ୩୪.୩% ଓ ୭୧.୭% ବୃଦ୍ଧି ଘଟିଛି । ଏହା ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଅଧିକ ।

ଚଳିତ ଆଥିôର୍କ ବର୍ଷରେ ଦୁଇ ଅଙ୍କ ବିଶିଷ୍ଟ ଆଖିଦୃଶିଆ ବୃଦ୍ଧି କରି ଏମସିଏଲ ୭୮.୫ମିଲିୟନ ଟନ୍ କୋଇଲା ଉତ୍ପାଦନ କରିଥିବା ବେଳେ ଏଥିରେ ଶତକଡା ୧୨.୧୬% ବୃଦ୍ଧି ଘଟିଛି । ଖାଉଟି ମାନଙ୍କୁ ଗତବର୍ଷ ଏହି ସମୟ ମଧ୍ୟରେ ୭୪.୩୩ ନିୟୁତ ଟନ୍ ଶୁଷ୍କ ଇନ୍ଧନ ଯୋଗାଇଥିବାବେଳେ ଚଳିତବର୍ଷ ଏହା ୮୯.୬୫ନିୟୁତ ଟନ୍କୁ ବୃଦ୍ଧି ପାଇଛି ।

ଓଭରବଡନ(ଓବି) ଉତ୍ତୋଳନରେ ମଧ୍ୟ ଏମସିଏଲରେ ଆଖିଦୃଶିଆ ବୃଦ୍ଧି ଘଟିଛି । ଚଳିତ ଆର୍ଥିକ ବର୍ଷରେ ଶତକଡା ୧୨୨.୨ପ୍ରତିଶତ ଅର୍ଥାତ୍ ୧୦୧.୦୨ ନିୟୁତ କ୍ୟୁବିକ ମିଟର ହୋଇଛି । ଏହାଫଳରେ କୋଇଲା ଉତ୍ତୋଳନ ବୃଦ୍ଧି ପାଇବା ସହ ବଜାର ଚାହିଦା ମଧ୍ୟ ପୂରଣ କରିହେବ ।

ସମ୍ବନ୍ଧିତ ଖବର