ନୂଆଦିଲ୍ଲୀ : ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ମାମଲାରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ଠାରୁ ବିସ୍ତୃତ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ତଲବ କରିଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି)। ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଛି। ମାନବାଧିକାର କର୍ମୀ ତଥା ସୁପ୍ରିମକୋର୍ଟ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀଙ୍କ ଦ୍ବାରା ଦାଖଲ ପିଟିସନ୍ ଆଧାରରେ ଆୟୋଗ ଏହି ରିପୋର୍ଟ ତଲବ କରିଛନ୍ତି।
ଆବେଦନକାରୀ ତାଙ୍କ ପିଟିସନରେ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଏହି ଘଟଣା ଘଟିଛି। ଗୁଳିକାଣ୍ଡରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏହି ଘଟଣାର ନିରପେକ୍ଷ ତଦନ୍ତ ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ସୁନିଶ୍ଚିତ କରିବା ପାଇଁ ସେ ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
ଡିଜିପିଙ୍କୁ ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ସି
/sambad/media/post_attachments/wp-content/uploads/2020/10/nhrc-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)