ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ। ତାଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପ‌ାତ୍ର ଡାକ୍ତର ସମ୍ବିତ ପାତ୍ର, ବହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଏବଂ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ବି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି।

ଗୁରୁବାର ସକାଳୁ ଶ୍ରୀମତୀ ସୀତାରମଣ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବୃକ୍ଷରୋପଣ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁରସ୍ଥିତ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏହାପରେ ସେ ଭୁବନେଶ୍ୱର ଫେରିଆସିବେ।

ଅପରାହ୍ନରେ ହୋଟେଲ ମେ’ ଫେୟାରରେ ଆୟୋଜିତ କାର୍ଯ୍ୟକ୍ରମରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ। ଅପରାହ୍ନ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହରେ ଆୟୋଜିତ ବିଂଶତମ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ରାତିରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ ଫେରିଯିବେ। ଅର୍ଥମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବେ ଯୋଗଦେବେ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe