ପ୍ୟାରିସ୍: ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି(ଆଇଓସି) ପୁଣି ଥରେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । କମିଟି ପକ୍ଷରୁ ସର୍ବସମ୍ମତି କ୍ରମେ ତାଙ୍କୁ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ କରାଯାଇଛି।
ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଥିଲେ। ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଥିଲା। ତାଙ୍କୁ ସଦସ୍ୟଙ୍କ ୧୦୦ ପ୍ରତିଶତ ସମର୍ଥନ ମିଳିଥିଲା । ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ ।
ଏହି ଅବସରରେ ନୀତା ଅମ୍ବାନୀ କହିଛନ୍ତି, ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେକରୁଛି । ମୁଁ ସଭାପତି ଏବଂ ଆଇଓସିରେ ଥିବା ସମସ୍ତ ସହକର୍ମୀଙ୍କୁ ମୋ ଉପରେ ବିଶ୍ୱାସ ଏବଂ ଭରସା ରଖିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି । ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି ।
Many Congratulations to Mrs. Nita Ambani on getting re-elected, unanimously, as a member of the IOC 👏🇮🇳#RiseAsOne #Cheer4Bharat pic.twitter.com/P43Lnn64ja
— RISE Worldwide (@R1SEWorldwide) July 24, 2024
ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଛି ।
ସୂଚନାଯୋଗ୍ୟ, ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହେବ।
Media Release - Mrs. Nita M. Ambani Re-Elected Unanimously as IOC Member
— Reliance Industries Limited (@RIL_Updates) July 24, 2024
Paris 24th July 2024: Ahead of the opening ceremony of the Paris 2024 Olympic Games this weekend, the International Olympic Committee (IOC) has today announced that Mrs Nita M. Ambani, leading Indian… pic.twitter.com/rENdUVRWFE