ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ଉଠାଇଲେ ନୀତୀଶ-ଚନ୍ଦ୍ରବାବୁ

ନିତି ଆୟୋଗ ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜି ଅନୁଷ୍ଠିତ ନିତି ଆୟୋଗ ବୈଠକରେ  ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ଉଠାଇଛନ୍ତି। ଉଭୟ  ମୁଖ୍ୟମନ୍ତ୍ରୀ ପରସ୍ପରର ଦାବି ପ୍ରତି ସମର୍ଥନ କରି କେନ୍ଦ୍ର ସରକାର ଏ ଦିଗରେ ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଏହି ଅବସରରେ ବୈଠକରେ  ବିମୁଦ୍ରାକରଣ ଏବଂ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌୍‌ଟି) ନେଇ ମଧ୍ୟ ଆଲୋଚନା ହୋଇଥିଲା। ବୈଠକରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ  ଗୋଟିଏ ରାଷ୍ଟ୍ର-ଗୋଟିଏ ଟିକସ ବ୍ୟବସ୍ଥାକୁ ସାକାର କରିବା ପାଇଁ ଜିଏସ୍‌୍‌ଟି ଲାଗୁ ନିମନ୍ତେ ରାଜ୍ୟମାନଙ୍କ ଭୂମିକାକୁ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ଏହି ବୈଠକରେ  ବନ୍ୟା ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂପୂର୍ଣ୍ଣ ସହାୟତା ପ୍ରଦାନ କରାଯିବାକୁ ଆଶ୍ୱାସନା ଦେଇଥିଲେ।   ଦେଶରେ କୃଷକମାନଙ୍କ ଆୟକୁ ଦୁଇଗୁଣ କରିବା ପାଇଁ ନିଆଯାଉଥିବା ପଦକ୍ଷେପଗୁଡ଼ିକ ସଂପର୍କରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଆଜି କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ନାଇଡ଼ୁ ସଂପୂର୍ଣ୍ଣ ପ୍ରସ୍ତୁତ ହୋଇ ଆସିଥିବା ଦେଖିବାକୁ ମିଳିଥିଲା। ତେବେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ କୌଣସି ମନ୍ତବ୍ୟ ଦେଇନଥିଲେ। ଦେଶର ୧୦୧ଟି ଅଭିଳାଷୀ ଜିଲ୍ଲାର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଉପରେ   ବୈଠକରେ ଆଲୋଚନା ହୋଇଥିଲା।

ସମ୍ବନ୍ଧିତ ଖବର