ନୂଆଦିଲ୍ଲୀ : ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ଆୟକର ସ୍ଲାବରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ କହିଥିଲେ ଯେ ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଆଦାୟ କରାଯିବ ନାହିଁ। ୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୫ ପ୍ରତିଶତ ଟିକସ ଲାଗୁ ହେବ। ୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୧୦ ପ୍ରତିଶତ ଟିକସ ଲାଗୁ ହେବ। ୧୦ ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୧୫ ପ୍ରତିଶତ ଟିକସ ଲାଗୁ ହେବ। ୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୨୦ ପ୍ରତିଶତ ଟିକସ ଲାଗୁ ହେବ। ୧୫ ଲକ୍ଷଟଙ୍କାରୁ ଅଧିକ ଆୟ ଉପରେ ୩୦ ପ୍ରତିଶତ ଟିକସ ଲାଗୁ ହେବ।
ତେବେ ପୁରୁଣା ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ।
Follow Us