Advertisment

ବାତ୍ୟା ରୂପ ନେବ ନାହିଁ ବଙ୍ଗୋପସାଗରରେ ହେବାକୁ ଥିବା ଅବପାତ : ସ୍କାଏମେଟ୍

Advertisment
ବାତ୍ୟା ରୂପ ନେବ ନାହିଁ ବଙ୍ଗୋପସାଗରରେ ହେବାକୁ ଥିବା ଅବପାତ : ସ୍କାଏମେଟ୍

ନୂଆଦିଲ୍ଲୀ: ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ୧୬ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଏହା ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ କହିଛି ।

ସ୍କାଏମେଟ ପକ୍ଷରୁ ସୋମବାର କୁହାଯାଇଛି ଯେ,  ନଭେମ୍ବର ୧୪ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୧୬ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନଭେମ୍ବର ୧୫ରୁ ଉପକୂଳ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁରେ ବର୍ଷା ଆରମ୍ଭ ହୋଇପାରେ। ଏହାର ପ୍ରଭାବ ତାମିଲନାଡ଼ୁଠାରୁ ଆରମ୍ଭ କରି ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ପୂର୍ବ ଉପକୂଳରେ ଦେଖିବାକୁ ମିଳିବ। କିନ୍ତୁ ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ବହୁତ କମ୍ ବୋଲି ଜଣାପଡିଛି ।

୧୪ ଓ ୧୫ ତାରିଖରେ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ। ୧୫ ଓ ୧୬ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ। ମତ୍ସ୍ୟଜୀବୀମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ତେବେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଏହାର ରୂପରେଖ ସଂପର୍କରେ ସ୍ପଷ୍ଟ ଚିତ୍ର ଜଣାପଡ଼ିବ।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସ୍ଥିତି ଅନୁକୂଳ ରହିଛି । ଏହାର ପ୍ରଭାବରେ ତାମିଲନାଡ଼ୁ ଉପକୂଳରେ ବର୍ଷା ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe