Zee News
ନୂଆଦିଲ୍ଲୀ : ଓଡ଼ିଶାରେ କେନ୍ଦ୍ରୀୟ ଆଦିବାସୀ ବିଶ୍ବବିଦ୍ୟାଳୟ ସ୍ଥାପନ ପ୍ରସ୍ତାବ ବିଚାରାଧୀନ ନାହିଁ। ବୁଧବାର ଦିନ ରାଜ୍ୟସଭାରେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର।
ସେ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ସରକାର ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ଓ ଗବେଷଣା ସୁଯୋଗ ଦେବା ପାଇଁ ଦୁଇଟି କେନ୍ଦ୍ରୀୟ ଆଦିବାସୀ ବିଶ୍ବବିଦ୍ୟାଳୟ ସ୍ଥାପନ କରିଛନ୍ତି। ଅମରକଣ୍ଟକରେ ଇନ୍ଦିରା ଗାନ୍ଧି ଜାତୀୟ ଆଦିବାସୀ ବିଶ୍ବବିଦ୍ୟାଳୟ ଓ ବିଜୟନଗରମ୍ରେ କେନ୍ଦ୍ରୀୟ ଆଦିବାସୀ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହୋଇଛି। ଏଥି ସହିତ ଆନ୍ଧ୍ର ପୁନର୍ଗଠନ ଆଇନ ୨୦୧୪ରେ ତେଲେଙ୍ଗାନାରେ କେନ୍ଦ୍ରୀୟ ଆଦିବାସୀ ବିଶ୍ବବିଦ୍ୟାଳୟ ସ୍ଥାପନ କରିବା ପ୍ରସ୍ତାବ ରହିଛି। କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସ୍ଥାପନ ଏକ ନିୟମିତ ପ୍ରକ୍ରିୟା। ଓଡ଼ିଶାରେ ଗୋଟିଏ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ରହିଛି ବୋଲି ମନ୍ତ୍ରୀ ଉତ୍ତରରେ ଉଲ୍ଲେଖ କରିଛନ୍ତି।
Follow Us