ଭୁବନେଶ୍ବର: ଆଜି ରାଜ୍ୟରେ ପାଳିତ ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ।
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ‘ନୂଆଁଖାଇ ଜୁହାର’।
ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି ।
ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
ନୂଆଁଖାଇ ଜୁହାର ।
— Narendra Modi (@narendramodi) August 23, 2020
ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରି ନିଜର ଟୁଟରରେ ଲେଖିଛନ୍ତି, ‘ ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ନୂଆଁଖାଇ ଜୁହାର ।’
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar#ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020
ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଟରରେ ଲେଖିଛନ୍ତି, ‘ ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍।’
ନୂଆଁଖାଇ ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି।
ନୂଆଁଖାଇ ଜୁହାର୍ 🙏
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuharpic.twitter.com/DhCaFokZ6N
— Dharmendra Pradhan (@dpradhanbjp) August 23, 2020
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଟୁଟରରେ ଲେଖିଛନ୍ତି, ‘ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା' ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।