ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ମନମୋହନ ସିଂହ: ମୁଖ୍ୟମନ୍ତ୍ରୀ

ଦେଶର ମହାନ୍ ବରପୁତ୍ର ଡଃ ମନମୋହନ ସିଂହଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ।  ତାଙ୍କ ଉଦାର ଅର୍ଥନୈତିକ ନୀତି ଭାରତକୁ ବିଶ୍ୱର ଅର୍ଥନୀତି କ୍ଷେତ୍ରରେ ଏକ ପ୍ରମୁଖ ସ୍ଥାନରେ ପହଞ୍ଚାଇଥିଲା।

ଭୁବନେଶ୍ୱର: ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ କହିଛନ୍ତି ଯେ, ଦେଶର ମହାନ୍ ବରପୁତ୍ର ଡଃ ମନମୋହନ ସିଂହଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ଅର୍ଥନୀତି କ୍ଷେତ୍ରରେ ତାଙ୍କ ଜ୍ଞାନ ଓ ଦକ୍ଷତା ପାଇଁ ସାରା ବିଶ୍ୱରେ ସେ ପ୍ରସିଦ୍ଧି ଅର୍ଜନ କରିଥିଲେ।  ତାଙ୍କ ଉଦାର ଅର୍ଥନୈତିକ ନୀତି ଭାରତକୁ ବିଶ୍ୱର ଅର୍ଥନୀତି କ୍ଷେତ୍ରରେ ଏକ ପ୍ରମୁଖ ସ୍ଥାନରେ ପହଞ୍ଚାଇଥିଲା। ପ୍ରଧାନମନ୍ତ୍ରୀ ଭାବେ ଦେଶର ବିକାଶକୁ ସେ ତ୍ୱରାନ୍ୱିତ କରିଥିଲେ। ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟିକ ସ୍ୱଭାବ ଯୋଗୁଁ ରାଜନୀତି କ୍ଷେତ୍ରରେ ତାଙ୍କର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇଥିଲା। 
Obituary at Lok Sabha bhaban.
Obituary at Lok Sabha bhaban. Photograph: (Sambad )
 

ଏହି ଅବସରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ପୂର୍ବତନ ବିଧାୟକ ନାଉରୀ ନାୟକ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ସ୍ୱର୍ଗତ ସିଂହଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। 

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଗତକାଲି ଏକ ଶୋକବାର୍ତ୍ତାରେ କହିଥିଲେ, ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇ ପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା। ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। 
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ବିୟୋଗରେ ଭାରତ ଜଣେ ଦୂରଦର୍ଶୀ ନେତା, ବିଶ୍ୱପ୍ରସିଦ୍ଧ ଅର୍ଥନୀତିଜ୍ଞ ଏବଂ ଅତୁଳନୀୟ ନିଷ୍ଠାର ସହ ଦେଶର ସେବା କରିଥିବା ରାଜନେତାଙ୍କୁ ହରାଇଛି। ଭାରତୀୟ ଅର୍ଥନୀତିର ନିରନ୍ତର ଅଭିବୃଦ୍ଧି ପାଇଁ ତାଙ୍କର ବଳିଷ୍ଠ ଅବଦାନ ରହିଛି। ତାଙ୍କର ବୁଦ୍ଧି, ଦୂରଦୃଷ୍ଟି ଓ ଭାରତର ସେବା ପ୍ରତି ଅତୁଟ ପ୍ରତିବଦ୍ଧତା  ଦେଶକୁ ବିଭିନ୍ନ କ୍ଷେତ୍ରରେ ସମୃଦ୍ଧ କରିଛି। ଡ. ମନମୋହନ ସିଂହ ଏକାଧାରରେ ଜଣେ ରାଜନୀତିଜ୍ଞ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍ ଓ ପ୍ରଶାସନିକ ଅଧିକାରୀ, ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଜବାହରଲାଲ ନେହରୁ, ଇନ୍ଦିରା ଗାନ୍ଧୀ ଓ ନରେନ୍ଦ୍ର ମୋଦୀଙ୍କ ପରେ ସେ ହେଉଛନ୍ତି ଚତୁର୍ଥ ସର୍ବାଧିକ ସମୟ ଧରି କ୍ଷମତାରେ ରହିଥିବା ପ୍ରଧାନମନ୍ତ୍ରୀ। ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିବା ସିଂହ ଭାରତର ପ୍ରଥମ ଶିଖ୍ ପ୍ରଧାନମନ୍ତ୍ରୀ ଥିଲେ। ଜବାହରଲାଲ ନେହରୁଙ୍କ ପରେ ସେ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ ଯିଏ କି ପୂରା ପାଞ୍ଚ ବର୍ଷର କାର୍ଯ୍ୟକାଳ ପୂରଣ କରି ପୁନର୍ବାର ପ୍ରଧାନମନ୍ତ୍ରୀ ହୋଇଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe