ଓଡିଶା କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ

Advertisment
ଓଡିଶା କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଓଡିଶା କଂଗ୍ରେସର ନୂଆ ପ୍ରଭାରୀ ଡ. ଏ. ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନମୁନା ପରୀକ୍ଷା ପରେ ସେ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ନମୁନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହ ସେ ନିଜେ ହୋମ୍ ଆଇସୋଲେସନରେ ରହିଛନ୍ତି । ଗତକାଲି ତାଙ୍କୁ ଓଡିଶା କଂଗ୍ରେସ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିଲା।

ଟୁଇଟରେ, ମୁଁ କରୋନା ଆକ୍ରାନ୍ତ ହୋଇଛି। ମୋର ସ୍ବାବ ନମୁନା ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗରେ ଥିଲେ ସେମାନେ ନିଜକୁ ସତର୍କତାମୂଳକ ପଦକ୍ଷେପ ଭାବରେ ପରୀକ୍ଷା  କରନ୍ତୁ ଓ ନିରାପଦରେ ରୁହନ୍ତୁ ।

କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ଗତକାଲି ଦଳୀୟ ସଂଗଠନରେ ବଡ଼ ଧରଣର ପୁନର୍ବିନ୍ୟାସ କରିଥିଲେ। ଓଡ଼ିଶା ପ୍ରଭାରୀ ଥିବା ଦଳର ସାଧାରଣ ସମ୍ପାଦକ ଜିତେନ୍ଦ୍ର ସିଂହଙ୍କୁ ବଦଳାଇ ସାଂସଦ ଡ. ଚେଲ୍ଲା କୁମାରଙ୍କୁ ଏହି ଗୁରୁ ଦାୟିତ୍ବ ଦିଆଯାଇଥିଲା। ତେବେ ଦାୟିତ୍ବ  ମିଳିବାର ଗୋଟେ ଦିନ ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe