ଆଇଆଇଟିଏଫ୍‌: ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଓଡ଼ିଶା ମଣ୍ଡପକୁ ରୌପ୍ୟ ପୁରସ୍କାର

ଭାରତ ମଣ୍ଡପମଠାରେ ଆୟୋଜିତ ‘୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ ମିଳିଛି। ଏହି ବିଶାଳ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି।

WhatsApp Image 2024-11-27 at 20.08.24_842786f0

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ ମିଳିଛି। ଏହି ବିଶାଳ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ପ୍ରମୁଖ ଆବାସିକ ଆୟୁକ୍ତ ଶ୍ରୀଯୁକ୍ତ ବିଶାଲ ଗଗନ ଓଡ଼ିଶା ସରକାରଙ୍କ ତରଫରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। 

ଏହି ଖବର ପଢ଼ନ୍ତୁ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଆଉ ୨ ଦିନ

ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଙ୍ଗଠନର ଅଧ୍ୟକ୍ଷ-ତଥା-ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ସିଂହ ଖରୋଲାଙ୍କଠାରୁ  ଏହି ପୁରସ୍କାର ଗ୍ରହଣ ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ‘ଓଡ଼ିଶା ମଣ୍ଡପ’ର ନିର୍ଦ୍ଦେଶକ ଅଶ୍ୱିନୀ କୁମାର ଭୋଇ, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଖବର ପଢ଼ନ୍ତୁ: ବଢୁଛି ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା

ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ ୨୭ ତାରିଖରେ ଶେଷ ହୋଇଛି। ଚଳିତ ବର୍ଷକୁ ମିଶାଇ ଓଡ଼ିଶା ଲଗାତାର ଭାବେ ତୃତୀୟ ଥର ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ପୁରସ୍କାର ପାଇଛି। 
‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ଥିମରେ ଚଳିତ ବର୍ଷ ‘ଓଡ଼ିଶା ମଣ୍ଡପ’ର ଡିଜାଇନ ପ୍ରସ୍ତୁତ କରାଯାଇଥିଲା। ଏଠାରେ ରାଜ୍ୟର ପ୍ରାଚୀନ କୀର୍ତ୍ତିରାଜି ସହ ଭାରତର ଆଧୁନିକ ବିଜ୍ଞାନ ଓ କାରିଗରିର ଯାତ୍ରା ପ୍ରତିଫଳିତ ହୋଇଥିଲା। 

ଓଡ଼ିଶାର ମନ୍ଦିର ଭାସ୍କର୍ଯ୍ୟର ମୁଖଶାଳା ମୁକ୍ତେଶ୍ୱର ତୋରଣ, କୋଣାର୍କ ମନ୍ଦିରର ପ୍ରତିରୂପ, ରତ୍ନଗିରିର ବୌଦ୍ଧ କୀର୍ତ୍ତିରାଜି ସହ ଅତ୍ୟାଧୁନିକ ବୁଲେଟ୍ ଟ୍ରେନ ଓ ଶିଳ୍ପ ପ୍ରଗତିର ଚିତ୍ର ଓଡ଼ିଶା ମଣ୍ଡପକୁ ଅଧିକ ଆକର୍ଷଣୀୟ କରିଥିଲା। 

ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତତ୍ତ୍ୱାବଧାନରେ ପ୍ରସ୍ତୁତ ଓଡ଼ିଶା ପାଭିଲିୟନରେ ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫ଟି ଷ୍ଟଲ୍ ସ୍ଥାନ ପାଇଥିଲା। ବିଗତ ୧୪ ଦିନ ମଧ୍ୟରେ ଓଡ଼ିଶା ମଣ୍ଡପକୁ ପ୍ରାୟ ୫ ଲକ୍ଷରୁ ଅଧିକ ଲୋକ ଆସିଥିବା ବେଳେ ମଣ୍ଡପରେ ୫୫ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିଲା। ଓଡ଼ିଶାର କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ଓ ଉତ୍ପାଦ ପ୍ରତି ଦେଶବିଦେଶର ବହୁସଂଖ୍ୟକ ବ୍ୟବସାୟୀ ଆକୄଷ୍ଟ ହୋଇ ସେମାନଙ୍କ ସହିତ ବ୍ୟବସାୟୀକ ବାର୍ତ୍ତାଳାପ କରିଥିଲେ।

ଏହି ଖବର ପଢ଼ନ୍ତୁ: ଅହିଂସାର ବାର୍ତ୍ତା ଦେଉଛି ଓଡ଼ିଶାର ‘କରୁଣା ସିଲ୍କ’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe