ନୂଆଦିଲ୍ଲୀ: ଆଜି ଘୋଷଣା ହୋଇପାରେ ବିହାର ବିଧାନସଭା ନିର୍ବାଚନର ତାରିଖ । ଏହାସହ ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଉପନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ । ଆଜି ଦିନ ୧୨ଟା ୩୦ରେ ଦିଲ୍ଲୀରେ ନିର୍ବାଚନ କମିଶନ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି । ଆଶା କରାଯାଉଛି, ଏଠାରେ ତାରିଖ ଘୋଷଣା ହୋଇପାରେ , ତିର୍ତୋଲରୁ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦରରୁ ମଦନମୋହନ ଦତଙ୍କ ପରଲୋକ ଯୋଗୁଁ ଏଠାରେ ଉପନିର୍ବାଚନ ହେଉଛି ।
NDTV.comଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି । ଏପରିକି ବାଲେଶ୍ୱର ସଦର ଆସନକୁ ବିଜେପିଠାରୁ ବିଜେଡି ଛଡାଇଆଣିବ ବୋଲି ରଣନୀତି ତିଆରି କରୁଛି । ଏହାରି ଭିତରେ ଆଜି ନିର୍ବାଚନ କମିଶନଙ୍କ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ବିହାର ବିଧାନସଭାର ତାରିଖ ବି ଆଜି ଘୋଷଣା ହୋଇପାରେ । ଏଥର ୩ଟି ପର୍ଯ୍ୟାୟରେ ବିହାର ବିଧାନସଭା ନିର୍ବାଚନ ହୋଇପାରେ ଓ ଦୀପାବଳି ପୂର୍ବରୁ ନୂଆ ବିଧାନସଭା ଗଠନ ହୋଇପାରେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/By-Election-Date-May-Announce-Today_Thumbnail.jpg)