୭୦,୦୦୦ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ଘଣ୍ଟାରେ ୬୯,୯୨୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଲାଗାତାର ଭାବେ ୩ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୦୦୦ପାର କରୁଥିବା ବେଳେ ଆଜି ୭୦,୦୦୦ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ୨୪ଘଣ୍ଟା ମଧ୍ୟରେ ୭୮,୫୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୬୯,୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୧,୦୦୦ତଳକୁ ରହିଛି। ଅଗଷ୍ଟ ୩୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୬, ୯୧ ୧୬୬ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୮୩୯୮୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୬୫,୨୮୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୯,୯୨୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୫୯୯୬ରହିଛି। ଏହା ସହ ୨୪ ଘଣ୍ଟାରେ ୮୧୯ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

No, COVID-19 Coronavirus Was Not Bioengineered. Here's The Research That Debunks That Idea
Forbes

ଗତକାଲି ୨୪ଘଣ୍ଟାରେ ୭୮,୫୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସମଗ୍ର ଦେଶରେ ୩୬, ୨୧, ୨୪୫ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭୪୮୦୧ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୬୪,୪୬୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୫୧୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧୯୭୫ରହିଥିଲା। ଏହା ସହ ୨୪ ଘଣ୍ଟାରେ ୯୭୧ଜଣ ଆକ୍ରାନ୍ତ ପ୍ରାଣ ହରାଇଥିଲେ।

ସମ୍ବନ୍ଧିତ ଖବର