ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯, ୨୫୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୫୬,୬୫୧।

Advertisment

ଏଥିସହ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮, ୨୨୨ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୪୩୧,୬୩୯ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮, ୨୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨୮ ମୃତ୍ୟୁ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ୨୨୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୭୯୮ରେ ପହଞ୍ଚିଛି।
ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୪୧% ଥିବା ବେଳେ ମୃତ୍ୟୁହର ୧.୪୫%ରେ ରହିଛି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୫,୪୪୯।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଶୁକ୍ରବାର ସୁଦ୍ଧା ସମଗ୍ର ଦେଶରେ ୧୮,୦୨,୫୩,୩୧୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୯,୧୬,୯୫୧।