ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୪୮୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୨୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ ସଂକ୍ରମଣ ମାମଲା ୯୨,୬୬,୭୦୫ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୧୩୫, ୨୨୩ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୫୨, ୩୩୪।
ସେହିଭଳି ଏବେ ସୁଦ୍ଧା ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮,୬୭୯,୧୩୮ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏବେ ଦେଶରେ ସୁସ୍ଥତା ହାର ୯୩.୬୬% ରହିଛି।
Image Courtesy of Hindustan Timesସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ବୁଧବାର ଦିନ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ସଦ୍ୟ କୋଭିଡ୍-୧୯ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଭୂତାଣୁ ସଂକ୍ରମଣ ଜନିତ ରୋଗ ବିସ୍ତାର ଦମନ କରିବା ନିମନ୍ତେ କ୍ଷେତ୍ରବିଶେଷରେ କଠୋର ପଦକ୍ଷେପ ଗ୍ରହଣ କରିବାକୁ ଉପରୋକ୍ତ ମାର୍ଗଦର୍ଶିକାରେ ରାଜ୍ୟମାନଙ୍କୁ କ୍ଷମତା ପ୍ରଦାନ କରାଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନେ ରାତ୍ରକାଳୀନ କର୍ଫ୍ୟୁ ଭଳି ସ୍ଥାନୀୟ କଟକଣା ଜାରି କରିପାରିବେ। କିନ୍ତୁ, କଣ୍ଟେନ୍ମେଣ୍ଟ୍ ଜୋନ୍ ବାହାରେ ଲକ୍ଡାଉନ୍ ଘୋଷଣା କରିବା ପୂର୍ବରୁ ସେମାନେ କେନ୍ଦ୍ର ସରକାରଙ୍କ ସହ ପରାମର୍ଶ କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/cvi-6.jpg)