ନୂଆଦିଲ୍ଲୀ: ୨୦୨୦ ଅକ୍ଟୋବର ୨୩ ପର ଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୫୯,୧୧୮ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୯,୧୧୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୫୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୮,୪୬,୬୫୨ରେ ପହଞ୍ଚିଛି।
Image Courtesy of India Todayଗତ ୨୪ ଘଣ୍ଟାରେ ହୋଇଥିବା ୨୫୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୦,୯୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨,୯୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୨,୬୪,୬୩୭।
Image Courtesy of NDTVଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୨୧,୦୬୬ ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫,୫୫,୦୪,୪୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୫ ସୁଦ୍ଧା ସମୁଦାୟ ୨୩,୮୬,୦୪,୬୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୦୦,୭୫୬ଟି ନମୁନା।
Follow Us