ନୂଆଦିଲ୍ଲୀ: ଗତବର୍ଷ ଅକ୍ଟୋବର ମଧ୍ୟଭାଗ ପରଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୨,୭୧୪ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୭୧୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୯,୦୮,୯୧୦ରେ ପହଞ୍ଚିଛି।
Image Courtesy of New Indian Expressଗତ ୨୪ ଘଣ୍ଟାରେ ହୋଇଥିବା ୩୧୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୫୫୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୮,୭୩୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୩,୨୩,୭୬୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୮୬,୩୧୦।
Image Courtesy of India Todayସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୦୨,୬୯,୭୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୮ ସୁଦ୍ଧା ସମୁଦାୟ ୨୪,୦୯,୫୦,୮୪୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୮୧,୨୮୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/Corona-in-India-on-28th-March_Thumbnail.jpg)