ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ

ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ

www.indiatoday.in

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ। ସୋମବାର ତୃତୀୟ ଥର ପାଇଁ କେନ୍ଦ୍ର ସରକାର ଗଠନ କରିଥିବାରୁ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି‌ ସେ।

ଏକ ଏକ୍ସ ପୋଷ୍ଟ୍‌ ଜରିଆରେ ପାକ୍‌ ପ୍ରଧାନମନ୍ତ୍ରୀ ସରିଫ କହିଛନ୍ତି ଯେ ନରେନ୍ଦ୍ର ମୋଦୀଙ୍କୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପାଇଁ ଶୁଭେଚ୍ଛା।
ତେବେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ନିମନ୍ତ୍ରଣ କରାଯାଇ ନାହିଁ। ଅନ୍ୟପକ୍ଷରେ ଭାରତର ପଡୋଶୀ ଦେଶ ତଥା ଭାରତ ମହାସାଗରୀୟ ଅଞ୍ଚଳର ପ୍ରମୁଖ ବ୍ୟକ୍ତିମାନେ, ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ଏବଂ ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ୱିକ୍ରେମସିଂହ ଆଦିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ।

ନିମନ୍ତ୍ରଣ ତାଲିକାରୁ ଶେହବାଜ ସରିଫଙ୍କୁ ବାଦ ଦେବା ଦୁଇ ଦେଶ ମଧ୍ୟରେ ଚାଲିଥିବା କୂଟନୈତିକ ତିକ୍ତତାକୁ ଦର୍ଶାଉଛି। ନିକଟରେ ଶେଷ ହୋଇଥିବା ଲୋକସଭା ନିର୍ବାଚନରେ ​​ବିଜେପି ନେତୃତ୍ୱାଧୀନ ଏନଡିଏ ୫୪୩ ଟି ଆସନରୁ ୨୯୩ ଟି ଆସନ ହାତେଇବାର କିଛି ଦିନ ପରେ ପ୍ରଧାନମନ୍ତ୍ରୀ ମୋଦୀ ଗତକାଲି ଶପଥ ଗ୍ରହଣ କରିଛନ୍ତି। ଆଜି ସେ ତାଙ୍କର ପ୍ରଥମ ଦସ୍ତଖତ କରି ‘ପ୍ରଧାମନ୍ତ୍ରୀ କିଷାନ ସମ୍ମାନ ନିଧି’ ଫାଇଲ୍‌ ପାସ୍‌ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe