ଆଜି ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’

Advertisment
ଜାନୁଆରି ୨୭ରେ ହେବ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’

www.channel1.in

ନୂଆଦିଲ୍ଲୀ : ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଜରିଆରେ ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସହ ଭାବ ବିନିମୟ କରିବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ସମ୍ପର୍କିତ ଗୁରୁତ୍ବପୂର୍ଣ୍ଣ ଟିପ୍‌ସ ଦେବେ। କିଭଳି ଚାପମୁକ୍ତ ହୋଇ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ଏବଂ ପରୀକ୍ଷାକୁ କିଭଳି ଉତ୍ସବ ଭଳି ଗ୍ରହଣ କରିହେବ ସେଥିନେଇ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେବେ। ଦିଲ୍ଲୀର ତଲ୍‌କାତୋରା ଇନ୍‌ଡୋର୍‌ ଷ୍ଟାଡିୟମ୍‌ରେ ପରୀକ୍ଷା ପେ ଚର୍ଚ୍ଚାର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଏଥିରେ ଦେଶର ବିଭିନ୍ନ ସ୍ଥାନରୁ ୨,୦୦୦ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ଅଂଶଗ୍ରହଣ କରିବେ। ଏମାନଙ୍କ ମଧ୍ୟରୁ ୧,୦୫୦ ଛାତ୍ରଛାତ୍ରୀ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଆସନ୍ତାକାଲି ଦିନ ୧୧ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ଏବଂ ଏହାର ସିଧା ପ୍ରସାରଣ ୟୁ ଟ୍ୟୁବ୍‌ ଜରିଆରେ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe