ଅପରାହ୍ନ ୨ଟା ୫୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment
ଅପରାହ୍ନ ୨ଟା ୫୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ଅମ୍ଫାନର କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଆସୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଆଜି ଅପରାହ୍ନ ୨ଟା ୫୦ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ।

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ୨ଟା ୫୫ରେ ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ପ୍ରମୁଖଙ୍କ ସହିତ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ। ଏହାପରେ ବିମାନ ବନ୍ଦରରେ ବାତ୍ୟା କ୍ଷୟକ୍ଷତି ସଂପର୍କରେ ଅପରାହ୍ନ ୪ଟା ୫୫ରେ ଭୁବନେଶ୍ୱର ଫେରି ୫ଟାରୁ ୬ ପର୍ଯ୍ୟନ୍ତ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସନ୍ଧ୍ୟା ୬ଟା ୧୫ରେ ଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ କୋଲକାତାରେ ପହଞ୍ଚି କ୍ଷତିଗ୍ରସ୍ତ ଅ଼ଞ୍ଚଳ ବୁଲି ଦେଖିବା ସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦: ୪୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ କୋଲ୍‌କାତା ବିମାନ ବନ୍ଦରରେ ଅବତରଣ କରିବେ। ୧୦: ୫୦ ମିନିଟ୍‌ରେ ସେଠାରୁ ହେଲିକପ୍ଟର୍ ଯୋଗେ ବସିରହାଟ ଯାଇ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିବେ। ୧୧: ୨୦ରେ ପ୍ରଧାନମନ୍ତ୍ରୀ ବସିରହାଟ ଠାରେ ରାଜ୍ୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେବେ। ସେଠାରୁ ଅପରାହ୍ଣ ୧୨: ୫୦ରେ କୋଲ୍‌କାତା ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଅପରାହ୍ଣ ୧: ୨୦ରେ କୋଲ୍‌କାତା ବିମାନ ବନ୍ଦରରେ ପହଞ୍ଚି ୧: ୩୦ରେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

ତେବେ ଓଡ଼ିଶା ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଗତକାଲି ଘୂର୍ଣ୍ଣିବାତ୍ୟା ଅମ୍ଫାନ ଦ୍ୱାରା ସୃଷ୍ଟି ହୋଇଥିବା ପରିସ୍ଥିତି ଯଥାଶୀଘ୍ର ସୁଧୁରିବା ନେଇ ଆଶାବ୍ୟକ୍ତ କରିଥିଲେ।

ଏକ ଟ୍ବିଟ୍‌ରେ ପ୍ରଧାନମନ୍ତ୍ରୀ କହିଥିଲେ, “ସାହସର ସହିତ ଅମ୍ଫାନର ମୁକାବିଲା କରିଥିବା ଓଡ଼ିଶାବାସୀଙ୍କ ସହିତ ମୋର ଭାବନା ରହିଛି। ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କ ସହାୟତା ଲାଗି ଅଧିକାରୀମାନେ ଚେଷ୍ଟା ଜାରି ରଖିଛନ୍ତି। ବାତ୍ୟା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଯଥାଶୀଘ୍ର ସୁଧାର ଆସିବା ନେଇ ମୁଁ ପ୍ରାର୍ଥନା କରୁଛି ” ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ, ପ୍ରଭାବିତ ଅଞ୍ଚଳରେ ଏନଡିଆରଏଫ୍‌ ଦଳ କାର୍ଯ୍ୟ ଚାଲୁ ରଖିଛନ୍ତି। ବରିଷ୍ଠ ଅଧିକାରୀମାନେ ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଏବଂ ପଶ୍ଚିମବଙ୍ଗ ସରକାରଙ୍କ ସହ ପୂର୍ଣ୍ଣ ସମନ୍ୱୟ ରକ୍ଷାକରି କାର୍ଯ୍ୟ କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe