ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସେ ଏଥିପାଇଁ ନିଜର ଟୁଇଟ୍ ଯୋଗେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି,‘ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ। ବର୍ଷ ସାରା ଖୁସି ଓ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା।’

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ଟୁଇଟ୍ ଯୋଗେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆଜିର ଦିନ କରୋନା ବିରୋଧରେ ବିଜୟ ସଂକଳ୍ପ ଦିବସ ହେଉ ବୋଲି ଜନ ସାଧାରଣଙ୍କୁ ସେ ଆହ୍ୱାନ କରିଛନ୍ତି।


ଠିକ୍ ସେହିପରି କେନ୍ଦ୍ର ପେଟ୍ରାଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ଏବଂ କୋଇଲା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଅଭିନନ୍ଦନ ଜଣାଇଛନ୍ତି। ସେ ନିଜର ଟୁଇଟ୍ ଯୋଗେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି,‘ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଅଭିନନ୍ଦନ।’

ସମ୍ବନ୍ଧିତ ଖବର