‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ବ୍ୟବସାୟୀ ଓ ଆତ୍ମନିଯୁକ୍ତଙ୍କ ପାଇଁ ଜାତୀୟ ପେନସନ ଯୋଜନାର ଶୁଭାରମ୍ଭ

‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

Hindustan Times

ରାଞ୍ଚି: କୃଷକଙ୍କ ଜୀବନକୁ ସୁରକ୍ଷିତ କରିବା ଲାଗି ଏକ ବୃହତ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ର ଶୁଭାରମ୍ଭ କରିଛନ୍ତି।

ଏହି ଯୋଜନା ୬୦ ବର୍ଷ ବୟସ ଅତିକ୍ରମ କରିଥିବା ଦେଶର ପ୍ରାୟ ୫ କୋଟି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ମାସିକ ସର୍ବନିମ୍ନ ୩ ହଜାର ଟଙ୍କାର ପେନସନ ସୁନିଶ୍ଚିତ କରିବ। ପ୍ରଧାନମନ୍ତ୍ରୀ ବ୍ୟବସାୟୀ ଓ ଆତ୍ମନିଯୁକ୍ତଙ୍କ ପାଇଁ ଜାତୀୟ ପେନସନ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନା ଜରିଆରେ ୬୦ ବର୍ଷ ଅତିକ୍ରମ କରିଥିବା ବ୍ୟବସାୟୀ ଓ ଆତ୍ମନିଯୁକ୍ତ ଲୋକମାନଙ୍କୁ ମାସିକ ସର୍ବନିମ୍ନ ୩ ହଜାର ଟଙ୍କାର ସୁନିଶ୍ଚିତ ପେନସନ ମିଳିପାରିବ। ପାଖାଖାପାଖି ୩ କୋଟି କ୍ଷୁଦ୍ର ବ୍ୟବସାୟୀ ଏହି ଯୋଜନା ଦ୍ୱାରା ଲାଭାନ୍ଵିତ ହେବେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଆଶା ଆକାଂକ୍ଷା ପୂରଣ କରିପାରୁଥିବା ଏକ ଦୃଢ ସରକାର ପାଇଁ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ମୁଁ କହିଥିଲି ଯେ, ନୂଆ ସରକାର ଗଠନ ହେବା ପରେ ପ୍ରତ୍ୟେକ କୃଷକ ପରିବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଦ୍ୱାରା ଲାଭାନ୍ଵିତ ହେବେ। ଆଜି, ସାଢେ ୬ କୋଟି କୃଷକ ପରିବାରର ବ୍ୟାଙ୍କ ଆକାଉଂଟରେ ପାଖାପାଖି ୨୧ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଜମା କରାଯାଇ ସାରିଛି। ଝାଡ଼ଖଣ୍ଡର ୮ ଲକ୍ଷ କୃଷକ ପରିବାରଙ୍କ ବ୍ୟାଙ୍କ ଆକାଉଂଟରେ ପ୍ରାୟ ୨୫୦ କୋଟି ଟଙ୍କା ଜମା କରାଯାଇଛି।

publive-image Image Source: India Today

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୋହରାଇଥିଲେ, ବିକାଶ ଆମର ପ୍ରାଥମିକତା ଓ ପ୍ରତିବଦ୍ଧତା। ପ୍ରତ୍ୟେକ ଭାରତୀୟକୁ ସାମାଜିକ ସୁରକ୍ଷାର ଏକ କବଚ ଦେବା ଲାଗି ଆମ ସରକାର ପ୍ରୟାସ କରୁଛନ୍ତି। ସର୍ବାଧିକ ସହାୟତା ଲୋଡ଼ୁଥିବା ଲୋକଙ୍କ ସହିତ ସରକାର ରହିଛନ୍ତି। ଗତ ମାର୍ଚ୍ଚ ମାସ ପରଠାରୁ ଏପରି ଏକ ପେନସନ ଯୋଜନା ଦେଶର କୋଟି କୋଟି ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହୋଇଛି ।

୩୨ ଲକ୍ଷରୁ ଉର୍ଦ୍ଧ୍ୱ ଶ୍ରମିକ ଶ୍ରମଯୋଗୀ ମାନ ଧନ ଯୋଜନାରେ ଯୋଡ଼ି ହୋଇଛନ୍ତି । ୨୨ କୋଟିରୁ ଅଧିକ ଲୋକ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାରେ ସାମିଲ ହୋଇଛନ୍ତି। ଏଥିମଧ୍ୟରୁ କେବଳ ଝାଡ଼ଖଣ୍ଡରେ ୩୦ ଲକ୍ଷ ହିତାଧିକାରୀ ରହିଛନ୍ତି। ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ୪୪ ଲକ୍ଷ ଗରିବ ରୋଗୀ ଲାଭାନ୍ଵିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଝାଡ଼ଖଣ୍ଡରେ କେବଳ ତିନି ଲକ୍ଷ ଲୋକ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe