ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏକ ସ୍ବତନ୍ତ୍ର ଫଟୋ ସହ ଏସବୁ ଲେଖିଲେ ମେଲୋନି

Advertisment

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ। ଏହି ଶୁଭ ଅବସରରେ ବିଶ୍ବର ବଡ଼ ବଡ଼ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଏଥିରେ ଅଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ। ଏହି ଶୁଭ ଅବସରରେ ବିଶ୍ବର ବଡ଼ ବଡ଼ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଏଥିରେ ଅଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି।

New Project (4)

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ। ଏହି ଶୁଭ ଅବସରରେ ବିଶ୍ବର ବଡ଼ ବଡ଼ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଏଥିରେ ଅଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି। ଏକ ସ୍ବତନ୍ତ୍ର ପୋଷ୍ଟ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ବୁଧବାର, ସେପ୍ଟେମ୍ବର ୧୭ ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ନିଜ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମେଲୋନି ମୋଦୀଜୀଙ୍କ ନେତୃତ୍ୱ ଏବଂ ଭାରତର ପ୍ରଗତି ପ୍ରତି ତାଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ସେଲଫି ପୋଷ୍ଟ କରି ମେଲୋନି ଇଟାଲୀୟ ଭାଷାରେ ଲେଖିଛନ୍ତି, "ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ତମ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଶକ୍ତି, ତାଙ୍କର ଦୃଢ଼ ନିଷ୍ଠା ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ନେତୃତ୍ୱ ଦେବାର କ୍ଷମତା ପ୍ରେରଣାର ଉତ୍ସ। ବନ୍ଧୁତା ଏବଂ ସମ୍ମାନ ସହିତ ଭାରତକୁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଆଡ଼କୁ ନେଇଯିବା ଏବଂ ଆମ ଦେଶଗୁଡ଼ିକ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ମୁଁ ତାଙ୍କର ସୁସ୍ଥ ସ୍ୱାସ୍ଥ୍ୟ ଏବଂ ଶକ୍ତି କାମନା କରୁଛି।"

ଏହି ପୋଷ୍ଟ ସହିତ ମେଲୋନି ଏକ ସେଲଫି ସେୟାର କରିଛନ୍ତି, ଯେଉଁଥିରେ ଉଭୟ ପ୍ରଧାନମନ୍ତ୍ରୀ ହସୁଥିବା ଦେଖିବାକୁ ମିଳୁଛି।

pm modi | giorgia-meloni 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe