ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଗୁରୁତର ଆହତଙ୍କୁ ମିଳିବ ୫୦ହଜାର ଟଙ୍କା

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ

Mint

ଚମୋଲି: ଉତ୍ତରାଖଣ୍ଡ ହିମସ୍ଖଳନରେ ୧୦ଜଣଙ୍କ ମୃତ୍ୟୁ ହେବା ପରେ ମୃତକଙ୍କ ପରିବାରକୁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବା ନେଇ ଘୋଷଣା କରିଛନ୍ତି। ଏହା ସହ ଯେଉଁମାନେ ଗୁରୁତର ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି।

Image result for pm-modi The Financial Express

ଏହା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀ କରି ମୃତକଙ୍କ ପରିବାରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ । ବର୍ତ୍ତମାନ ବନ୍ୟା ପରିସ୍ଥିତି ଏବଂ ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ନଥିବା ସହ ପାଖ ଗାଁ ବାସିନ୍ଦାଙ୍କ ପାଇଁ କୌଣସି ବିପଦ ନାହିଁ ବୋଲି ମଧ୍ୟ ଜଣାଇଥିଲେ । ଏହା ସହ କୌଣସି ପ୍ରକାରର ସାହାଯ୍ୟ ପାଇଁ ହେଲପଲାଇନ ନମ୍ବର ଜାରି କରିଥିଲେ। ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କୌଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିବାକୁ କୁହାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe