ଭୁବନେଶ୍ବର : ଓଡ଼ିଶାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶ ମାର୍ଗରୁ ପରିଦର୍ଶନ ଓ ସମୀକ୍ଷା ଲାଗି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପଶ୍ଚମବଙ୍ଗରେ ବାତ୍ୟା ଅମ୍ଫାନ୍ ଦ୍ବାରା ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରି ସେ ଓଡ଼ିଶା ଆସି ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ତାଙ୍କୁ ରାଜ୍ୟପାଳ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢ଼ଙ୍ଗୀ ଉପସ୍ଥିତ ଥିଲେ। ଅନ୍ୟ ପକ୍ଷରେ ରାଜ୍ୟ ବିଜେପିର ଏକ ୧୩ଜଣିଆ ପ୍ରତିନିଧି ଦଳ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ ଲାଗି ବିମାନ ବନ୍ଦରରେ ପହଞ୍ଚିଥିବା ଜଣାପଡ଼ିଛି।
/sambad/media/post_attachments/wp-content/uploads/2020/05/pm-cm-1.jpg)
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ଟା ୫୫ରେ ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖଙ୍କ ସହିତ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କରିବାକୁ ହେଲିକପ୍ଟରରେ ଯାଇଛନ୍ତି । ଏହାପରେ ବିମାନ ବନ୍ଦରରେ ବାତ୍ୟା କ୍ଷୟକ୍ଷତି ସଂପର୍କରେ ଅପରାହ୍ନ ୪ଟା ୫୫ରେ ଭୁବନେଶ୍ୱର ଫେରି ୫ଟାରୁ ୬ ପର୍ଯ୍ୟନ୍ତ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳୁଛି। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢ଼ଙ୍ଗୀ ଉପସ୍ଥିତ ରହିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସନ୍ଧ୍ୟା ୬ଟା୧୫ରେ ଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/Modi-Arrives-Bhubaneswar_Thumbnail.jpg)