ଦେଶରେ ବଢ଼ୁଥିବା କରୋନା ସଂକ୍ରମଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସମୀକ୍ଷା ବୈଠକ

Advertisment
ଦେଶରେ ବଢ଼ୁଥିବା କରୋନା ସଂକ୍ରମଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସମୀକ୍ଷା ବୈଠକ

indiatoday

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ୁଥିବା କରୋନା ସଂକ୍ରମଣ ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସଭା ଅନୁଷ୍ଠିତ ହେଉଛି। ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭ୍ୟ, କ୍ୟାବିନେଟ ସଚିବ ରାଜୀବ ଗାବା, ଗୃହ ସଚିବ ଅଜୟ ଭଲ୍ଲା, ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ, ଆଇସିଏମଆର ଡିଜି ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି।

PM Narendra Modi chairs a meeting to review the Coronavirus situation in country ANN www.abplive.com

ଦେଶରେ ଆଜି ୧,୫୯,୬୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨୭ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୨୧.୩% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୫,୨୮,୦୦୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୩,୭୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୦,୮୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୪,୫୩,୬୦୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୯୦,୬୧୧। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏବେ ସ୍ଥିତିର ସମୀକ୍ଷା ପାଇଁ ବୈଠକ କରୁଛନ୍ତି ପ୍ରଧାନମନ୍ତ୍ରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe