ରୁଷ୍‌-ୟୁକ୍ରେନ୍‌ ଯୁଦ୍ଧ ଓ ଭାରତର ନିରାପତ୍ତା ପ୍ରସ୍ତୁତି ସମୀକ୍ଷା ଲାଗି ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଜିଲ୍ଲାପାଳଙ୍କ ବିରୋଧରେ ସାଂଘାତିକ ଅଭିଯୋଗ: ପ୍ରଧାନମନ୍ତ୍ରୀ ଦପ୍ତରକୁ ଟ୍ବିଟ୍‌ କରି ନ୍ୟାୟ ମାଗିଲେ ମହିଳା ଅଧିକାରୀ

Image Courtesy of India Today

ନୂଆଦିଲ୍ଲୀ: ରୁଷ୍‌-ୟୁକ୍ରେନ୍‌ ଯୁଦ୍ଧ ଯୋଗୁଁ ସୃଷ୍ଟି ହୋଇଥିବା ବୈଶ୍ବିକ ପରିସ୍ଥିତିରେ ଭାରତର ନିରାପତ୍ତା ପ୍ରସ୍ତୁତି ସମୀକ୍ଷା କରିବା ଲାଗି ଆଜି ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଥିଲେ।

ଉକ୍ତ ବୈଠକରେ ଯୋଗ ଦେଇଥିବା ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଭାରତର ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗ୍‌ଲା ଏବଂ  ଜାତୀୟ ନିରାପତ୍ତା ପରାମର୍ଶଦାତା ଅଜିତ ଡୋଭାଲ ଥିଲେ ବୋଲି ବିଶେଷସୂତ୍ରରୁ ଜଣାପଡ଼ିଛି।

publive-image Image Courtesy of ABP Live

ଏହି ବୈଠକ ସଂକ୍ରାନ୍ତରେ ବିଶେଷ କିଛି ତଥ୍ୟ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇନାହିଁ।

ରୁଷ୍‌ ୟୁକ୍ରେନ୍‌ ଆକ୍ରମଣ କରିବା ପରଠାରୁ ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ରମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନଙ୍କ ସହ ବହୁବାର ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେଣି।

ଏହାଛଡ଼ା, ପ୍ରଧାନମନ୍ତ୍ରୀ ମୋଦୀ ରୁଷ୍‌ର ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ ଏବଂ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର୍‌ ଜେଲେନ୍‌ସ୍କିଙ୍କ ସହ ଫୋନ୍‌ରେ କଥାବର୍ତ୍ତା କରି ଆଲୋଚନା ଓ କୂଟନୀତି ଜରିଆରେ ସମସ୍ୟାର ସମାଧାନ କରିବାକୁ ଅନୁରୋଧ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe