ନୂଆଦିଲ୍ଲୀ: ରଥଯାତ୍ରା ଉପଲକ୍ଷେ ଗୁରୁବାର ସକାଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲେଖିଛନ୍ତି: ପବିତ୍ର ରଥଯାତ୍ରା ଅବସରରେ ନାଗରିକମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା। ସମସ୍ତଙ୍କ ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଶାନ୍ତି, ସୁଖ ଓ ସମୃଦ୍ଧି ଆଣୁ।
Greetings and good wishes to fellow citizens on the auspicious occasion of Rath Yatra. May the blessings of Lord Jagannath bring peace, happiness and prosperity to everyone's lives #PresidentKovind
— President of India (@rashtrapatibhvn) July 4, 2019
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧରଣଙ୍କୁ ଶୁଭେଚ୍ଛା ଜଣାଇ ଟୁଇଟ୍ କରିଛନ୍ତି: ରଥଯାତ୍ରାର ଶୁଭ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା।
Best wishes to everyone on the special occasion of the Rath Yatra.
We pray to Lord Jagannath and seek his blessings for the good health, happiness and prosperity of everyone.
Jai Jagannath. pic.twitter.com/l9v36YlUQ5
— Narendra Modi (@narendramodi) July 4, 2019
ସମସ୍ତଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି କାମନା କରି ଆମେ ପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରିବା
ଜୟ ଜଗନ୍ନାଥ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରଥଯାତ୍ରା ଅବସରରେ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପବିତ୍ର ରଥଯାତ୍ରା ଅବସରରେ ଓଡିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ୧୩୦ କୋଟି ଭାରତୀୟ ତଥା ସାଢେ ୪ କୋଟି ଓଡିଆଙ୍କ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଶୀର୍ବାଦ ଅଛି ଓ ଆଗକୁ ମଧ୍ୟ ରହିବ,ଏହା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କାମନା । ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ। pic.twitter.com/FXuj6EjCXh
— Dharmendra Pradhan (@dpradhanbjp) July 4, 2019