ନୂଆଦିଲ୍ଲୀ: ରଥଯାତ୍ରା ଉପଲକ୍ଷେ ଗୁରୁବାର ସକାଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲେଖିଛନ୍ତି: ପବିତ୍ର ରଥଯାତ୍ରା ଅବସରରେ ନାଗରିକମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା। ସମସ୍ତଙ୍କ ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଶାନ୍ତି, ସୁଖ ଓ ସମୃଦ୍ଧି ଆଣୁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧରଣଙ୍କୁ ଶୁଭେଚ୍ଛା ଜଣାଇ ଟୁଇଟ୍ କରିଛନ୍ତି: ରଥଯାତ୍ରାର ଶୁଭ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା।
/sambad/media/post_attachments/wp-content/uploads/2019/07/rath-jatra-1024x576-1.jpg)
ସମସ୍ତଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି କାମନା କରି ଆମେ ପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରିବା
ଜୟ ଜଗନ୍ନାଥ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରଥଯାତ୍ରା ଅବସରରେ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
Follow Us