ସେବାପ୍ରଦାନକାରୀଙ୍କୁ କୃତଜ୍ଞତା ଜଣାଅ: ପ୍ରଧାନମନ୍ତ୍ରୀ

‘କୋଭିଡ–୧୯ ଆର୍ଥିକ କାର୍ଯ୍ୟାନୁଷ୍ଠାନ ଟାସ୍କଫୋର୍ସ’ ଗଠନ ଘୋଷଣା

ସେବାପ୍ରଦାନକାରୀଙ୍କୁ କୃତଜ୍ଞତା ଜଣାଅ: ପ୍ରଧାନମନ୍ତ୍ରୀ

Image Source: Hindustan Times

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଭିଡ–୧୯ ମୁକାବିଲା ଲାଗି ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ କୋଭିଡ–୧୯ ମହାମାରୀର ମୁକାବିଲା ଦିଗରେ ବହୁ ସାହସୀ ଲୋକ ଅଗ୍ରଣୀ ଭୂମିକା ନିର୍ବାହ କରୁଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ସ୍ବାସ୍ଥ୍ୟ କର୍ମୀ, ପୋଲିସ, ସରକାରୀ କର୍ମଚାରୀ, ବିମାନ ବନ୍ଦର କର୍ମଚାରୀ, ଗଣମାଧ୍ୟମ କର୍ମୀ, ବସ, ଟ୍ରେନ, ଅଟୋ ସେବାରେ ଥିବା କର୍ମୀ ଏବଂ ହୋମ ଡେଲିଭରି କରୁଥିବା କର୍ମଚାରୀ। ଏଭଳି କଷ୍ଟକର ସମୟରେ ସେମାନେ ଦେଶ ପାଇଁ ବହୁତ ବଡ଼ ସେବା କରୁଛନ୍ତି। ସେମାନଙ୍କୁ ସମ୍ମାନ ଜଣାଇବା ଲାଗି ମାର୍ଚ୍ଚ ୨୨ ସନ୍ଧ୍ୟା ୫ଟାରେ ସମସ୍ତେ ସେମାନଙ୍କ ଘର ଦ୍ବାର କିମ୍ବା ବାଲକୋନିରେ ଛିଡ଼ା ହୋଇ ୫ ମିନିଟ ପର୍ଯ୍ୟନ୍ତ ତାଳି ମାରି କିମ୍ବା ଘଂଟି ବଜାଇ ଧନ୍ୟବାଦ ପ୍ରକଟ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ। ସେହିପରି ଅପରାହ୍ଣ ୫ଟାରେ ସାଇରନ ବଜାଇ ସେମାନଙ୍କୁ ଧନ୍ୟବାଦ ଜଣାଇବା ଲାଗି ସେ ସ୍ଥାନୀୟ ପ୍ରଶାସନକୁ ଅନୁରୋଧ କରିଥିଲେ।

ଏହି ମହାମାରୀ ଦ୍ବାରା ପଡ଼ିଥିବା ଆର୍ଥିକ ଆହ୍ବାନର ମୁକାବିଲା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ‘କୋଭିଡ–୧୯ ଆଥିର୍କ କାର୍ଯ୍ୟାନୁଷ୍ଠାନ ଟାସ୍କଫୋର୍ସ’ ଗଠନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଏହି ଟାସ୍କଫୋର୍ସ ବିଭିନ୍ନ ଅଂଶୀଦାରଙ୍କ ସହିତ ଆଲୋଚନା କରି ମତାମତ ସଂଗ୍ରହ କରିବ ଏବଂ ଏହାରି ଆଧାରରେ ଆହ୍ବାନଗୁଡ଼ିକର ମୁକାବିଲା ପାଇଁ ପଦକ୍ଷେପ ନେବ। ଏହି ଟାସ୍କଫୋର୍ସ ମଧ୍ୟ ନିଆଯାଇଥିବା ନିଷ୍ପତିର କାର୍ଯ୍ୟାନ୍ବୟନ ତଦାରଖ କରିବ।

ପ୍ରଧାନମନ୍ତ୍ରୀ ମଧ୍ୟ ବ୍ୟବସାୟୀ ଗୋଷ୍ଠୀ ଏବଂ ଉଚ୍ଚ ଆୟ ବର୍ଗର ଲୋକମାନଙ୍କୁ ଅନୁରୋଧ କରି କହିଥିଲେ ଯେ ସେବା ଯୋଗାଉଥିବା ନିମ୍ନ ଆୟ ବର୍ଗର ଲୋକମାନଙ୍କ ଦରମା ଏଭଳି ସଂକଟଜନକ ପରିସ୍ଥିତିରେ ସେମାନେ କାଟିବା ଅନୁଚିତ। କାର୍ଯ୍ୟସ୍ଥଳୀକୁ ଆସିନପାରି ସେବା ଯୋଗାଇବାକୁ ଅସମର୍ଥ ହେଉଥିବା ଲୋକଙ୍କ ପ୍ରତି ମାନବିକତାର ସହ ବିଚାର କରିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ। ଏଭଳି ବୈଶ୍ବିକ ମହାମାରୀ ସମୟରେ “ମାନବତାର ବିଜୟ ଓ ଭାରତର ବିଜୟ” ଜରୁରି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe