ବାତ୍ୟା ୟାସର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସନ୍ତାକଲି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

Advertisment
ବାତ୍ୟା ୟାସର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସନ୍ତାକଲି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ବୁଧବାର ସକାଳେ ଓଡ଼ିଶାର ଧାମରା ବନ୍ଦର ନିକଟରେ ୧୩୦-୧୪୦ କିଲୋମିଟର ବେଗରେ ବାତ୍ୟା ୟାସ୍ ଲ୍ୟାଣ୍ଡଫଲ କରିଥିଲା | ଓଡ଼ିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ୟାସର ତାଣ୍ଡବ ପରେ ଏବେ ଲକ୍ଷାଧିକ ଘର ନଷ୍ଟ ହୋଇଛି | ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକଲି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବେ ବୋଲି ଜଣାପଡିଛି |

ସେ ପ୍ରଥମେ ଭୁବନେଶ୍ୱରରେ ଅବତରଣ କରି ଏକ ସମୀକ୍ଷା ବୈଠକ କରିବେ। ତା’ପରେ ସେ ଆକାଶମାର୍ଗରେ ବାଲେଶ୍ୱର, ଭଦ୍ରକ ଏବଂ ପୂର୍ବ ମେଦିନୀପୁରର ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ବୁଲି ଦେଖିବେ। ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସାରିବା ପରେ ସେ ପଶ୍ଚିମବଙ୍ଗରେ ସମୀକ୍ଷା ବୈଠକରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି |

India News | PM Narendra Modi to Visit Odisha, West Bengal Tomorrow to Assess Damage Caused By Cyclone Amphan | 📰 LatestLY LatestLY

ତେବେ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ ବୋଲି ଆଶା କରାଯାଉଛି।

ଏହା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ। ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe