ଉଲ୍ଲେଖଯୋଗ୍ୟ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଡକ୍ଟର ବିଆର୍‌ ଆ‌ମ୍ବେଦକରଙ୍କ ସଂପର୍କିତ ବୟାନକୁ ନେଇ ଗୁରୁବାର ଦିନ ସଂସଦରେ ଉତ୍ତେଜନା ଦେଖାଦେଇଥିଲା। ଏହାରି ମଧ୍ୟରେ ବିଜେପି ସାଂସଦ ଦାବି କରିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁକେଶ ରାଜପୁତଙ୍କୁ ଠେଲି ଦେଇଥିଲେ। ଫଳରେ ସେ ବାଲେଶ୍ବରର ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦେହରେ ପିଟି ହୋଇଯିବାରୁ ତଳେ ପଡ଼ି ନନାଙ୍କ ମୁଣ୍ଡ ଫାଟି ରକ୍ତ ବାହାରିଥିଲା। 

ତା’ପରେ ସେ ଦୁହିଁଙ୍କୁ ଦିଲ୍ଲୀର ଆର୍‌ଏମ୍‌ଏଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା। ତେବେ ବିରୋଧୀ ଦଳ ନେତାମାନେ ଏହାକୁ ବିଜେପି‌ର ଏକ ନାଟକ ବୋଲି କହିଛନ୍ତି। ଆମ୍ବେଦକର ପ୍ରସଂଗରୁ ଧ୍ୟାନ ହଟାଇବା ପାଇଁ ବିଜେପି ଏହି ନାଟକ ରଚିଛି ବୋଲି ଅଭିଯୋଗ ହୋଇଛି।