ମହାରାଷ୍ଟ୍ର: ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ୪୦୦ ସାଧୁସନ୍ଥ

Advertisment

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ପ୍ରସ୍ତୁତି ଚାଲିଛି। ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ଆନୁଷ୍ଠାନିକ ଘୋଷଣା ହୋଇନଥିଲେ ବି ଏକ ଭବ୍ୟ ଶପଥଗ୍ରହଣ ସମାରୋହ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି । 

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ପ୍ରସ୍ତୁତି ଚାଲିଛି। ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ଆନୁଷ୍ଠାନିକ ଘୋଷଣା ହୋଇନଥିଲେ ବି ଏକ ଭବ୍ୟ ଶପଥଗ୍ରହଣ ସମାରୋହ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି । 

mahayuti

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ପ୍ରସ୍ତୁତି ଚାଲିଛି। ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ଆନୁଷ୍ଠାନିକ ଘୋଷଣା ହୋଇନଥିଲେ ବି ଏକ ଭବ୍ୟ ଶପଥଗ୍ରହଣ ସମାରୋହ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି । 

 ଆସନ୍ତା ଡିସେମ୍ବର ୫ ତାରିଖରେ ମୁମ୍ବାଇର ଆଜାଦ ପାର୍କରେ ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ମୋଟ ୭୦ରୁ ଅଧିକ ଭିଭିଆଇପି ନେତା ଯୋଗଦେବେ। ଏହି ସମାରୋହ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଜପଥ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ନିମନ୍ତ୍ରଣ କରାଯାଇଛି।

ଗୁରୁତ୍ବପୂର୍ଣ୍ଣ କଥା ହେଉଛି ନୂଆ ସରକାରର ଶପଥ ଗ୍ରହଣ ସମାରୋହରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ଏହି ଶପଥ ଗ୍ରହଣ ସମାରୋହର ବିଶେଷତ୍ୱ ହେଉଛି ସାରା ଦେଶରୁ ୪୦୦ ସାଧୁସନ୍ଥଙ୍କୁ ନିମନ୍ତ୍ରଣ ପଠାଯାଇଛି । ଏହାବ୍ୟତୀତ ବିଭିନ୍ନ ସୋସାଇଟିର ପ୍ରତିନିଧିଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ମହାରାଷ୍ଟ୍ରରେ ଥିବା ସମସ୍ତ କନସୁଲେଟକୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe