ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି

Times of India

ନୂଆଦିଲ୍ଲୀ : ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ୧୦ଟା ୧୫ମିନିଟ୍‌ରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଅନୁଷ୍ଠିତ ସମାରୋହରେ କାର୍ଯ୍ୟଭାର ଗ୍ରହଣ କରିବେ। ରାଜ୍ୟସଭା ଅଧ୍ୟକ୍ଷ, ପ୍ରଧାନମନ୍ତ୍ରୀ, ପ୍ରଧାନବିଚାରପତି, ଲୋକସଭା ବାଚସ୍ପତି, କେନ୍ଦ୍ର ମନ୍ତ୍ରିମଣ୍ଡଳ ସଦସ୍ୟ ବୃନ୍ଦ, ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରିଗଣ, କୂଟନୀତିଜ୍ଞ ମିଶନ ମୁଖ୍ୟ, ସାଂସଦଗଣ ଓ ଭାରତ ସରକାରଙ୍କ ପ୍ରମୁଖ ବେସାମରିକ ଓ ସାମରିକ ଅଧିକାରୀଗଣ ଉତ୍ସବ ନିମନ୍ତେ କେନ୍ଦ୍ରୀୟ କକ୍ଷରେ ସମବେତ ହେବେ।

ରାଷ୍ଟ୍ରପତି ଓ ନିର୍ବାଚିତ ରାଷ୍ଟ୍ରପତି ଏକ ବର୍ଣ୍ଣାଢ୍ୟ ସମାରୋହରେ କେନ୍ଦ୍ରୀୟ କକ୍ଷରେ ପହଞ୍ଚିବେ। ନବନିର୍ବାଚିତ ରାଷ୍ଟ୍ରପତି ଭାରତର ପ୍ରଧାନବିଚାରପତିଙ୍କ ଉପସ୍ଥିତିରେ ପଦ ଓ ଗୋପନୀୟତାର ଶପଥ ନେବେ ଓ ପରେ ୨୧ଟି ତୋପ ସଲାମି ଦିଆଯିବ। ତା’ପରେ ରାଷ୍ଟ୍ରପତି ତାଙ୍କ ଅଭିଭାଷଣ ପ୍ରଦାନ କରିବେ। କେନ୍ଦ୍ରୀୟ କକ୍ଷରେ ଉତ୍ସବ ସମାପନ ପରେ ନୂତନ ରାଷ୍ଟ୍ରପତି ରାଷ୍ଟ୍ରପତି ଭବନକୁ ଯିବେ। ସେଠାରେ ତାଙ୍କୁ ଇଣ୍ଟର ସର୍ଭିସ ଗାର୍ଡ ଅଫ ଅନର ପ୍ରଦାନ କରାଯିବ ଓ ବିଦାୟୀ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସମ୍ମାନ ପ୍ରଦାନ କରାଯିବ ବୋଲି ସରକାରଙ୍କ ସୂତ୍ରରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe